କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ଏବେ ସମ୍ପୂର୍ଣ୍ଣ ଜଳବନ୍ଦୀ। ପ୍ରାୟ ରାସ୍ତା ସବୁ ବୁଡିଯାଇଥିବାରୁ ଗମନାଗମନ ବିଚ୍ଛିନ୍ନ ହୋଇଯିବା ସହ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ମଙ୍ଗଳବାର ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ତହସିଲଦାର ଉମାକାନ୍ତ ରାଉତ ବନ୍ୟାଞ୍ଚଳ ବୁଲି ଦେଖିବା ସହ ଲୋକଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ପରେ ବନ୍ୟା ସମ୍ବନ୍ଧୀୟ ସମସ୍ତ ତଥ୍ୟ ଜିଲପାଳଙ୍କୁ ଜଣାଇଥିତ୍ବା ତହସିଲଦାର କହିଛନ୍ତି। ବିଧାୟକ ସାମନ୍ତରାୟ ଗଡବଳଭଦ୍ରପୁର, ବଡାସ, ବାଲିପାଟଣା, ଦୋକନ୍ଦା, ତରପଡା, ଦୋକନ୍ଦା ଆଦି ଗ୍ରାମ ବୁଲିବା ସହ ରେଡକ୍ରସ୍‌ ତରଫରୁ ପ୍ରାୟ ୭ ଶହ ପରିବାରକୁ ରିଲିଫ୍‌ ବଣ୍ଟନ କରିଛନ୍ତି। ଏହାସହ ଏହି ସମସ୍ୟାର ପ୍ରତିକାର ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି କହିଛନ୍ତି। ବଡାସ ପଞ୍ଚାୟତରେ ଡଙ୍ଗା ଓ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ପଞ୍ଚାୟତ ତରଫରୁ ରନ୍ଧାଖାଦ୍ୟ ବଣ୍ଟାଯାଇଥିଲା। ଗ୍ରାମଗୁଡିକ ଜଳମଗ୍ନ ହୋଇଯାଇଥିବାରୁ ଦୋକନ୍ଦା ପ୍ରାଥମିକ ବିଦ୍ୟାଳୟ, ବୈଦ୍ୟନାଥପାଟଣା, ତରପଡା, ନାନକେରା, କଣାସ, ବଡାସ ବିଦ୍ୟାଳୟଗୁଡିକରେ ପାଠପଢା ବନ୍ଦ ରହିଛି । ବର୍ତ୍ତମାନ ଦୟାନଦୀ ବିପଦ ସଙ୍କେତ ୩.୯୯ ମିଟର ଟପି ୫.୩୫ରେ ପହଞ୍ଚତ୍ଛି । କେତେକ ସ୍ଥାନରେ ଗଳିଆ ଥିବାରୁ ସେଗୁଡିକ ବାଲିବସ୍ତା ପକାଇ ବନ୍ଧାଯାଇଥିବାରୁ ଏବେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣ ହୋଇପାରିବ ବୋଲି ସହକାରୀ ଯନ୍ତ୍ରୀ ମକରା ବେହେରା କହିଛନ୍ତି । ବିଧାୟକଙ୍କ ସହିତ ପଞ୍ଚାୟତ ସମିତି ଅଧ୍ୟକ୍ଷ ରମେଶ ଚନ୍ଦ୍ର ସେଠୀ, ବ୍ଲକ ଯୁବ ବିଜେଡି ସଭାପତି ବସନ୍ତ କୁମାର ଜେନା, ଭିକାରୀ ବଳିୟାରସିଂହ, ଈଶ୍ୱର ହରିଚନ୍ଦନ, ସନ୍ତୋଷ ସାମନ୍ତରାୟ, ଚନ୍ଦ୍ରମଣୀ ରାଉତରାୟ, ସମିତି ସଭ୍ୟ ସାଗର ବେହେରା, ମେଘନାଦ ଛୋଟରାୟ, ହରିଭୋଳ ପ୍ରମୁଖ ବ୍ଯଯାଅଞ୍ଚଳ ବୁଲିଥିଲେ ।
ସେହିପରି ଭାଜପା ନେତା ଓମ୍‌ ପ୍ରକାଶ ମିଶ୍ର, ସରପଞ୍ଚ ସଂଗ୍ରାମ ପାଇକରାୟ ପ୍ରମୁଖ ଗଡବଳଭଦ୍ରପୁର ପଞ୍ଚାୟତର ବନ୍ୟା ପ୍ରଭାବିତ ଗାଁ ବୁଲି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri