କଣ୍ଟେନମେଣ୍ଟ ଜୋନ୍‌ରେ ୩ ପଞ୍ଚାୟତର ୯ଗାଁ

ରସୁଲପୁର, ୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ ୧୦ ଜଣ ପୂର୍ବରୁ କ୍ୱାରାଣ୍ଟାଇନରେ ରହୁଥିବା ବେଳେ ବୁଧବାର ଅନ୍ୟମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଥିବା ସୂଚନା ମିଳିଛି। ଏଥିସହ ନଠୁଆବର ପଞ୍ଚାୟତର ଆଦମପୁର, କପିଳ, କୃଷ୍ଣପଡା, କୋରକୋରା, ନଗୁଆଁ ସମେତ ଓଡିଶୋ ପଞ୍ଚାୟତର ବାହାବଳପୁର, କରଞ୍ଜିଆରୀ, ମେଳକ, ବଡକଇଁଚି ପଞ୍ଚାୟତର କାଇଁଚବାଡ (କଇଁଚିଶାସନ, ବେଦମତି, ନାଉପାଳ) ଗୋପୀନାଥପୁର ପଡ଼ା (ମହାନ୍ତି ସାହି, ନିହାରୀ ସାହି)କୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଉକ୍ତ ଅଞ୍ଚଳଗୁଡ଼ିକରେ ମେ ୬ ତାରିଖ ସକାଳ ୬ଟାରୁ ୧୯ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ କଟକଣା ବଳବତ୍ତର ରହିବ। ମେଡିକାଲ ଟିମ୍‌ ସେଠାକାର ପ୍ରତ୍ୟେକ ପରିବାର ସଦସ୍ୟଙ୍କ ରିପୋର୍ଟ ସଂଗ୍ରହ କରିବା ସହ ଉକ୍ତ ଜୋନ୍‌କୁ ପ୍ରବେଶ ଓ ପ୍ରସ୍ଥାନ ଉପରେ ମଧ୍ୟ କଟକଣା ରହିବ ବୋଲି ସୂଚନା ମିଳିଛି। ଏହାଛଡ଼ା କଣ୍ଟେନମେଣ୍ଟ ଜୋନ୍‌ରେ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ବିଡିଓ ଉମାକାନ୍ତ ପରିଡା, କୁଆଖିଆ ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁ, ରସୁଲପୁର ବ୍ଲକ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଧୀର କୁମାର ସାହୁ ପ୍ରମୁଖ କଣ୍ଟେନମେଣ୍ଟ ଜୋନ୍‌ରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟ ତଦାରଖ କରୁଛନ୍ତି।
ମିଳିଥିବା ସୂଚନା ଅନୁସାରେ, କରୋନା ଆକ୍ରାନ୍ତ (କ୍ରମିକ ନଂ.୧୭୬) ମାର୍ଚ୍ଚ ୨୮ ତାରିଖରେ କଲିକତାରୁ ଆସିବା ପରେ ଗାଁ ମନ୍ଦିରରେ ପୂଜାପାଠ କରିବା ସହ ପ୍ରସାଦ ସେବନର ବନ୍ଦୋବସ୍ତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri