କଣ୍ଟେନ୍‌ମେଣ୍ଟ ଜୋନ୍‌ ଲାଗି ନୂଆ ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ ହେଉଥିବା କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦିଷ୍ଟ ଅଞ୍ଚଳରେ ସମ୍ଭାବ୍ୟ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା କଣ୍ଟେନମେଣ୍ଟ ଜୋନ୍‌କୁ ସମ୍ପୂର୍ଣ୍ଣ ବ୍ୟାରିକେଡ୍‌ କରାଯାଇ ପ୍ରବେଶ ଏବଂ ପ୍ରସ୍ଥାନକୁ ନିଷିଦ୍ଧ କରାଯିବ। ତେବେ ଜୋନ୍‌ରେ ଏକାକୀ ରହୁଥିବା ମହିଳାଙ୍କ ଘର, ବୟସ୍କ ବ୍ୟକ୍ତି ତଥା ଗର୍ଭବତୀଙ୍କ ଗୃହ ଏବଂ ଗୁରୁତର ଆକ୍ରାନ୍ତ ବ୍ୟକ୍ତି ଏବଂ ଦିବ୍ୟାଙ୍ଗଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ। ଅଙ୍ଗନଓ୍ବାଡି, ଏଏନ୍‌ଏମ୍‌, ସ୍ବାସ୍ଥ୍ୟକର୍ମୀ ଓ ଶିକ୍ଷକଙ୍କ ଟିମ୍‌ କଣ୍ଟେନମେଣ୍ଟ ଜୋନ୍‌ରେ ଘରକୁ ବୁଲି ଲୋକମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବେ। ଫ୍ଲୁ ଭଳି ଲକ୍ଷଣ ଦେଖାଯାଉଥିବା ସମସ୍ତ ବ୍ୟକ୍ତିଙ୍କ ନମୁନା ସଂଗ୍ରହକରି ପରୀକ୍ଷା କରାଯିବ।
ଇତି ମଧ୍ୟରେ ରାଜ୍ୟ ସରକାର ଗତ ୨ ତାରିଖରେ ସୂର୍ଯ୍ୟନଗରକୁ ପ୍ରଥମ କରୋନା କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଥିଲେ। ଏହାପରେ ୧୦ଟି ଜିଲାରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ସରିଛି। ତେବେ ଆଗକୁ ସ୍ବାସ୍ଥ୍ୟ ବିଭାଗର ବିନା ଅନୁମତିରେ କୌଣସି ଜିଲାପାଳ କିମ୍ବା ମହାନଗର ନିଗମ କମିଶନର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିପାରିବେ ନାହିଁ। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଏହି ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।
ସେହିପରି ସ୍ଥାନୀୟ ସଂକ୍ରମଣକୁ ରୋକିବା ଲାଗି ଲକ୍ଷଣ ଦେଖାଯାଉ ନ ଥିବା ବ୍ୟକ୍ତିଙ୍କ ନମୁନା ମଧ୍ୟ ସଂଗ୍ରହ କରାଯିବ। ଜୋନ୍‌ ଅଞ୍ଚଳର ପ୍ରମୁଖ ବ୍ୟକ୍ତିଙ୍କୁ ନେଇ ହ୍ବାଟ୍ସଆପ୍‌ ଗ୍ରୁପ ଜରିଆରେ ଜୋନ୍‌ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଯାଇପାରିବ। ଦୁଇ ରାଉଣ୍ଡ ସର୍ଭେ ପରେ ଯଦି ନୂଆ ପଜିଟିଭ କେସ୍‌ ନ ବାହାରେ ତେବେ ସମ୍ପୃକ୍ତ ଅଞ୍ଚଳରୁ କଣ୍ଟେନମେଣ୍ଟ ଜୋନ ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରାଯିବ। ଏନେଇ ପୋଲିସ ଡିଜି, ସବୁ ଅତିରିକ୍ତ ସଚିବ ଓ ପ୍ରମୁଖ ସଚିବ, ପୋଲିସ କମିଶନର, ମ୍ୟୁନିସିପାଲ କମିଶନର ଏବଂ ପୌର ନିର୍ବାହୀ ଅଧିକାରୀ ଏବଂ ଜିଲାପାଳମାନଙ୍କୁ ଚିଠି ଲେଖି ମୁଖ୍ୟ ଶାସନ ସଚିବ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri