ରସୁଲପୁର,୨|୮(ଡିଏନ୍ଏ)- ରସୁଲପୁର ବ୍ଲକ ଅଧୀନ କଲଣ ପଞ୍ଚାୟତର ବେସରକାରୀ ଖୁଚରା ବିକ୍ରେତା(ରିଟେଲର) କାଳନ୍ଦୀ ଚରଣ ସାହୁଙ୍କୁ ଯାଜପୁର ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ନିଲମ୍ବନ କରିଛନ୍ତି ା ଏଥିସହ ଉପଜିଲାପାଳ ଏହି ପଞ୍ଚାୟତର ଅନ୍ୟ ଦୁଇଜଣ ନିଲମ୍ବିତ ରିଟେଲର ରାଜେଶ କୁମାର ସାହୁ ଓ ପଦନ ମୋହନ ସାହୁଙ୍କୁ ସପ୍ତାହକ ମଧ୍ୟରେ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଯୋଗାଣ ବିଭାଗର ଆକ୍ରମଣାତ୍ମକ ଭଙ୍ଗୀକୁ ନେଇ ରିଟେଲରଙ୍କ ମଧ୍ୟରେ ଛନକା ପଶିଛି।
ପ୍ରକାଶ ଯେ, ଗତ ଫେବୃୟାରୀ ୧୪ରେ ୩ଜଣ ରିଟେଲରଙ୍କୁ ନିଲମ୍ବନ କରାଯାଇଥିଲା। ଖାଉଟିଙ୍କୁ କଣ୍ଟ୍ରୋଲ ସାମଗ୍ରୀ ବଣ୍ଟନରେ ଅନିୟମିତତା ଯୋଗୁ ଉପଜିଲାପାଳ କାର୍ଯ୍ୟାଳୟ ପକ୍ଷରୁ ରିଟେଲରଙ୍କୁ ନିଲମ୍ବନ କରାଯାଇଥିଲା। ଏଥିସହ ନିଜ ସପକ୍ଷରେ ମତ ରଖିବାକୁ ସେମାନଙ୍କୁ କାର୍ଯ୍ୟାଳୟ ପକ୍ଷରୁ ସୁଯୋଗ ପ୍ରଦାନ କରାଯାଇଥିଲା। ନିଲମ୍ବିତ ରିଟେଲର କାଳନ୍ଦି ଚରଣ ସାହୁ ଉପଜିଲାପାଳଙ୍କ ନିକଟରେ ନିଜର ପକ୍ଷ ରଖିଥିଲେ। ମାତ୍ର କାଳନ୍ଦୀଙ୍କ ମତାମତ ସନ୍ତୋଷଜନକ ନ ଥିଲା। ଫଳରେ ଉପଜିଲାପାଳ ତାଙ୍କୁ ନିଲମ୍ବନ କରିଛନ୍ତି। ତାଙ୍କର ଲାଇସେନ୍ସ ନଂ-୧୩୦୯କୁ ଅସ୍ଥାୟୀ ଭାବେ ବାତିଲ କରାଯାଇଛି ା ଏଥିସହ ଅନ୍ୟ ଦୁଇଜଣ ରିଟେଲର ରାଜେଶ କୁମାର ସାହୁ ଓ ପଦନ ମୋହନ ସାହୁଙ୍କୁ ସପ୍ତାହକ ମଧ୍ୟରେ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ା ଏଥିରେ ବିଫଳ ହେଲେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି।
କଣ୍ଟ୍ରୋଲ ସାମଗ୍ରୀ ବଣ୍ଟନରେ ଅନିୟମିତତା: ଜଣେ ରିଟେଲର ନିଲମ୍ବିତ,୨ ଜଣଙ୍କୁ ପକ୍ଷ ରଖିବାକୁ ନିର୍ଦ୍ଦେଶ
Posted inଆମ ଜିଲା ଖବର, ଯାଜପୁର View All
ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…
ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…
ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା
ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…
ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…
ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…
Archives

