କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଫକିରୁଦ୍ଦିନ ଖାନ୍‌ ଓରଫ୍‌ ଫକ। ଶୁକ୍ରବାର ତାଙ୍କୁ କୋର୍ଟଚାଲାଣ କରାଯାଇଛି।
ସୂଚନା ଅନୁଯାୟୀ, ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ଗତ ୨୦ ତାରିଖରେ ଚୋରା କୋଇଲା ଗାଡ଼ି ଅଟକାଉଥିବା ବେଳେ ତାଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ହୋଇଥିଲା। ଗୁରୁବାର ମଧ୍ୟରାତ୍ରରେ ଫକିରୁଦ୍ଦିନ ଭଦ୍ରକ ବୁଧବାର ହାଟ ନିକଟସ୍ଥ ଏକ ମସ୍‌ଜିଦ୍‌ ପାଖରେ ବୁଲୁଥିବା ସୂଚନା ପାଇ ଗ୍ରାମାଞ୍ଚଳ ପୋଲିସ ଚଢ଼ାଉକରି ତାଙ୍କୁ ଗିରଫ କରିଛି। ପୂର୍ବରୁ ଏ ନେଇ ଗ୍ରାମାଞ୍ଚଳ ଥାନାରେ ଏକ ମାମଲା ନଂ. ୩୭୬/୧୯ ରୁଜୁ ହୋଇଥିଲା। ଘଟଣାର ୧୦ ଦିନ ପରେ ଅଭିଯୁକ୍ତଙ୍କୁ ଧରାଯାଇ ନ ଥିବା ଖବର ଗତ ୩୦ ତାରିଖରେ ଧରିତ୍ରୀ ଖବରକାଗଜରେ ପ୍ରକାଶ ପାଇଥିଲା। ଏହାର ଠିକ୍‌ ୨ ଦିନ ପରେ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ଗାଡ଼ି ଚାଳକ ଏବେ ସୁଦ୍ଧା ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri