କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ ଥିବା କନିଷ୍ଠ ଯନ୍ତ୍ରୀ ଜଣକ ଭେଙ୍କଟେଶ୍ୱର ରାଓ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ସୋମବାର ଆରଡବ୍ଲୁଏସ୍‌ଏସ୍‌ ବିଭାଗର ଏକ ଗାଡି ଯୋଗେ କିଛି ପ୍ରକଳ୍ପ ଦେଖିବା ପାଇଁ ବୋରିଗୁମ୍ମା ବ୍ଲକର ଏସ୍‌ଡିଓ, ଦୁଇଜଣ ଜେଇ ଏବଂ ଦୁଇଜଣ କଣ୍ଟ୍ରାକ୍ଟର ହରଡ଼ାଗୁଡାକୁ ଯାଇଥିଲେ। ହେଲେ ସେଠାରୁ କନିଷ୍ଠ ଯନ୍ତ୍ରୀ ରାଓ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା। ଶେଷରେ ସେ ନିଖୋଜ ଥିବା ନେଇ ଥାନାରେ ମାମଲା ରୁଜୁ କରାଯାଇଥିଲା। ଅନ୍ୟପଟେ ଘଟଣାର ୨୪ ଘଣ୍ଟା ପରେ ବି ରାଓଙ୍କ କୌଣସି ଖୋଜଖବର ମିଳୁନି। ତାଙ୍କ ଫୋନ ମଧ୍ୟ ଲାଗୁନି। ଏ ନେଇ ତାଙ୍କ ସ୍ତ୍ରୀ ବୋରିଗୁମ୍ମା ଏସ୍‌ଡିପିଓ ହରେକୃଷ୍ଣ ମାଝିଙ୍କୁ ଭେଟି ସ୍ବାମୀଙ୍କୁ ଶୀଘ୍ର ଉଦ୍ଧାର କରିବା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri