କନ୍ଧମାଳ ଜିଲା ଚିଠି: ତଦନ୍ତକୁ ନେଇ ସନ୍ଦେହ

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କନ୍ଧମାଳ ଜିଲାରେ ୨୦୧୧ ମସିହାରୁ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଗତ ଜୁଲାଇ ମାସରୁ ଆରମ୍ଭ ହୋଇଛି। ସମସ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ) ସେମାନଙ୍କ ଅଞ୍ଚଳର ସ୍କୁଲରେ ନିଯୁକ୍ତ ଶିକ୍ଷକମାନଙ୍କ ଶିକ୍ଷାଗତ ଓ ଜାତିଗତ ପ୍ରମାଣପତ୍ର ଯାଞ୍ଚ କରି ରିପୋର୍ଟ ଦେବେ। ସେପ୍ଟେମ୍ବର ୩୦ ସୁଦ୍ଧା ଯାଞ୍ଚ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ ଥିଲା। ହେଲେ ଏହି ଅବଧିର ୨ମାସ ପୂରିବାକୁ ବସିଥିଲେ ମଧ୍ୟ ଜିଲାରେ ଶିକ୍ଷକଙ୍କ ପ୍ରମାଣପତ୍ର ଯାଞ୍ଚ କାର୍ଯ୍ୟ ସରିନାହିଁ। ଜିଲା ଅନ୍ତର୍ଗତ ୧୨ ବ୍ଲକର କେହି ବିଇଓ ଏହି ରିପୋର୍ଟ ଦାଖଲ କରିନାହାନ୍ତି। ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକମାନେ ଯାଞ୍ଚ ଅଧିକାରୀ ବିଇଓ, ସିଆର୍‌ସିସିଙ୍କୁ ପ୍ରଭାବିତ କରୁଥିବା ଅଭିଯୋଗ ହୋଇଛି। କନ୍ଧମାଳ ଜିଲାରେ ବାହାର ଜିଲାରୁ ଆସି ମଧ୍ୟ ବହୁ ଶିକ୍ଷକ ଚାକିରି କରୁଛନ୍ତି। ଶିକ୍ଷା ସହାୟକ ନିଯୁକ୍ତି ସମୟରେ ଏହାକୁ ବିରୋଧ କରାଯାଇଥିଲା। କେବଳ ବାହାରୁ ଆସିଥିବା ଶିକ୍ଷକ ନୁହେଁ, ଜିଲାର କେତେଜଣ ଶିକ୍ଷକ ମଧ୍ୟ ଜାଲ୍‌ ସାର୍ଟିଫିକେଟ ଓ ଜାତିଗତ ପ୍ରମାଣପତ୍ର ଦେଇ ଚାକିରି ହାତେଇଛନ୍ତି। ପୂର୍ବରୁ ଜିଲାରେ ୫ ଶିକ୍ଷକ ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି କରି ଧରାପଡିଥିଲେ। ସେମାନଙ୍କ ମଧ୍ୟରେ ଥିବା ଜଣେ ସହକାରୀ ଶିକ୍ଷକଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ଅନ୍ୟ କନିଷ୍ଠ ଶିକ୍ଷକଙ୍କୁ ସେବା ନିବୃତ୍ତ(ଡିସ୍‌ଏନ୍‌ଗେଜ୍‌) କରାଯାଇଛି। ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେଇ ବିଭିନ୍ନ ବିଭାଗରେ ଚାକିରି କରୁଥିବା କର୍ମଚାରୀଙ୍କ ତଦନ୍ତ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସ୍ପେଶାଲ ଆଡମିନିଷ୍ଟ୍ରେଟର କରୁଥିଲେ। ଏବେ ତାହାକୁ ଆର୍‌ଡିସି କରୁଛନ୍ତି। କିନ୍ତୁ ଶିକ୍ଷକଙ୍କ ଶିକ୍ଷାଗତ ଏବଂ ଜାତିଗତ ପ୍ରମାଣପତ୍ରର ଯାଞ୍ଚ ଶିକ୍ଷା ବିଭାଗର ଅଧିକାରୀମାନେ କରୁଛନ୍ତି। ଗତ ୨୦ ତାରିଖରେ ଅନୁଷ୍ଠିତ କୁଇ ସମାଜ ସମନ୍ବୟ ସମିିତିର ପ୍ରତିଷ୍ଠା ଦିବସରେ ଜାଲ୍‌ ଶିକ୍ଷାଗତ ଏବଂ ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକଙ୍କୁ ତୁରନ୍ତ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି। ସେହିପରି ଏବେ ଅନ୍ୟ ବିଭାଗର ଅଧିକାରୀଙ୍କୁ ନେଇ ଏକ ଟିମ୍‌ ଗଠନ କରି ତଦନ୍ତ କରାଇବାକୁ ବିଭିନ୍ନ ମହଲରୁ ଦାବି ହେଉଛି। କାରଣ ଯାଞ୍ଚ ଅଧିକାରୀ ସେହି ବିଭାଗର ହୋଇଥିବାରୁ ତଦନ୍ତର ସ୍ବଚ୍ଛତାକୁ ନେଇ ସନ୍ଦେହ ଉପୁଜିବା ସ୍ବାଭାବିକ।
– ରାକେଶ କୁମାର ରାଉତ


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri