ଫୁଲବାଣୀ ଅଫିସ, ୧ା୧୦- କନ୍ଧମାଳ ଜିଲାରେ ୨୦୦୮ରେ ହୋଇଥିବା ଏକ ଦଙ୍ଗା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ ଅରବିନ୍ଦ ପଟ୍ଟନାୟକ ଅଭିଯୁକ୍ତ ପ୍ରକାଶ ପ୍ରଧାନଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୮ ଅଗଷ୍ଟ ୩୦ ତାରିଖ ଅପରାହ୍ନରେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କଣ୍ଡାବାଡ଼ି ଗ୍ରାମରେ କେତେଜଣ ଦଙ୍ଗାକାରୀ ରାଜାବନ ପ୍ରଧାନ ଓ ଅନ୍ୟମାନଙ୍କୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଧରି ଆକ୍ରମଣ କରିଥିଲେ ା ଏଥିରେ ରାଜାବନ ଓ ତାଙ୍କ ଭାଇ ଯାକବ ପ୍ରଧାନଙ୍କର ଘର କ୍ଷତିଗ୍ରସ୍ତ ହୋଇଥିଲା ା ଏ ନେଇ ରାଜାବନ ଦାରିଙ୍ଗବାଡି ଥାନାରେ ଏତଲା ଦେଇଥିଲେ ା ଘଟଣା ପରଠାରୁ ଅଭିଯୁକ୍ତ ପ୍ରକାଶ ପ୍ରଧାନ ଫେରାର୍ ହୋଇ ଯାଇଥିଲେ ା ତାଙ୍କ ନାମରେ ଥାନାରେ ନଂ.୬୦/୦୮ରେ ମାମଲା ଥିଲା। ଦୀର୍ଘବର୍ଷ ପରେ ୱାରେଣ୍ଟ ବଳରେ ପ୍ରକାଶଙ୍କୁ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଥିଲା ା ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଥିବା ସ୍ବତନ୍ତ୍ର ପିପି ବିଜୟ କୃଷ୍ଣ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ
ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...
ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…
ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ
ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...
ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ
ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...
Archives


