ଫୁଲବାଣୀ ଅଫିସ, ୧ା୧୦- କନ୍ଧମାଳ ଜିଲାରେ ୨୦୦୮ରେ ହୋଇଥିବା ଏକ ଦଙ୍ଗା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ ଅରବିନ୍ଦ ପଟ୍ଟନାୟକ ଅଭିଯୁକ୍ତ ପ୍ରକାଶ ପ୍ରଧାନଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୮ ଅଗଷ୍ଟ ୩୦ ତାରିଖ ଅପରାହ୍ନରେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କଣ୍ଡାବାଡ଼ି ଗ୍ରାମରେ କେତେଜଣ ଦଙ୍ଗାକାରୀ ରାଜାବନ ପ୍ରଧାନ ଓ ଅନ୍ୟମାନଙ୍କୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଧରି ଆକ୍ରମଣ କରିଥିଲେ ା ଏଥିରେ ରାଜାବନ ଓ ତାଙ୍କ ଭାଇ ଯାକବ ପ୍ରଧାନଙ୍କର ଘର କ୍ଷତିଗ୍ରସ୍ତ ହୋଇଥିଲା ା ଏ ନେଇ ରାଜାବନ ଦାରିଙ୍ଗବାଡି ଥାନାରେ ଏତଲା ଦେଇଥିଲେ ା ଘଟଣା ପରଠାରୁ ଅଭିଯୁକ୍ତ ପ୍ରକାଶ ପ୍ରଧାନ ଫେରାର୍ ହୋଇ ଯାଇଥିଲେ ା ତାଙ୍କ ନାମରେ ଥାନାରେ ନଂ.୬୦/୦୮ରେ ମାମଲା ଥିଲା। ଦୀର୍ଘବର୍ଷ ପରେ ୱାରେଣ୍ଟ ବଳରେ ପ୍ରକାଶଙ୍କୁ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଥିଲା ା ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଥିବା ସ୍ବତନ୍ତ୍ର ପିପି ବିଜୟ କୃଷ୍ଣ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…
ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…
ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ
ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…
ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…
କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍ ଅଫ୍ ନଲେଜ୍ ବିଦ୍ୟାଳୟର କୁନି କୁନି ଶିଶୁମାନେ…
ରାଇକିଆରେ ୮୦ତମ ସ୍ବାଧୀନତା ଦିବସ
ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…
ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…
ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…
ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…
ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର
ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…
Archives

