Posted inଖେଳ

କନ୍ଧମାଳ, ଯାଜପୁର ଚାମ୍ପିୟନ

ଭୁବନେଶ୍ୱର, ୧୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ସିଟି କ୍ଲବ ନୟାପଲ୍ଲୀ ଏବଂ ଓଡ଼ିଶା ଫୁଟ୍‌ଭଲି ଆସୋସିଏଶନ ଆନୁକୂଲ୍ୟରେ ମମତାଜ ଅଲୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨ୟ ବାର୍ଷିକ ଫୁଟ୍‌ଭଲି ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ମହିଳା ବିଭାଗ ଫାଇନାଲରେ ଯାଜପୁର ୧୫-୮, ୧୫-୯ରେ କଟକକୁ ହରାଇ ଚାମ୍ପିୟନ ହୋଇଛି। ସେହିପରି ପୁରୁଷ ବିଭାଗରେ କନ୍ଧମାଳ ୧୫-୧୨, ୧୫-୫ ପଏଣ୍ଟରେ ଢେଙ୍କାନାଳକୁୁ ପରାସ୍ତ କରି ଚାମ୍ପିୟନ ହୋଇଛି। ପୁରୁଷ ବିଭାଗରେ ରୁପାନ୍ତ ଦେହୁରୀ (କନ୍ଧମାଳ)ଏବଂ ମହିଳା ବିଭାଗରେ ଶାନ୍ତି ଭୋଇ(ଯାଜପୁର) ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ। କଟକର ମୋନାଲିସା ନାୟକ ଶ୍ରେଷ୍ଠ ଉଦୀୟମାନ ଖେଳାଳି ବିବେଚିତ ହୋଇଥିଲେ। ଉଦ୍‌ଯାପନୀ ଉତ୍ସବରେ ସାମାଜିକ କର୍ମୀ ଜଗନ୍ନାଥ ପ୍ରଧାନ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥିଭାବେ ନଟବର ସାମନ୍ତରାୟ, ଦିବାକର ଜେନା, ପ୍ରଧାନ ଶିକ୍ଷୟତ୍ରୀ କାଦମ୍ବିନୀ ଦାସ, ସୌର୍ଯ୍ୟ ରଞ୍ଜନ ପରିଜା, ଫୁଟ୍‌ଭଲି ଆସୋସିଏଶନର ସଭାପତି ଦିଲୀପ କୁମାର ପ୍ରଧାନ, ସମ୍ପାଦକ ପ୍ରସନ୍ନ ରାଉତ କ୍ରୀଡ଼ା ସଂଗଠକ ସହଦେବ ରାଉତ, ଭାଗ୍ୟଧର ଜଗଦେବ, କୋଚ୍‌ ନନ୍ଦକିଶୋର ପଟ୍ଟନାୟକ, ସମରେନ୍ଦ୍ର ଜେନା, ମହିଳା ଫୁଟ୍‌ବଲର ସମ୍ପାଦିକା ସଙ୍ଗୀତା ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri