ବାଲିଗୁଡା,୨ା୧୧(ଡି.ଏନ୍.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ୪ ବର୍ଷର ଶିଶୁକନ୍ୟାଙ୍କୁ ଗୁରୁବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡିତାଙ୍କ ପରିବାର ପକ୍ଷରୁ ବାଲିଗୁଡା ଥାନାରେ ଅଭିଯୋଗ ପରେ ପୋଲିସ ନଂ.୧୪୮/୧୯ରେ ଏକ ମାମଲା ରୁଜୁ କରି ଜଣେ ନାବାଳକ (୧୪)ଙ୍କୁ ଶୁକ୍ରବାର ବାଳସୁଧାର ଗୃହକୁ ପଠାଇଛି।
ସୂଚନା ପ୍ରକାରେ, ଶିଶୁକନ୍ୟା ଜଣକ ଗୁରୁବାର ଘର ପାଖରେ ଖେଳୁଥିଲେ। ନାବାଳକ ଜଣକ ତାଙ୍କୁ ନିକଟରେ ଥିବା ଏକ ନିଛାଟିଆ ସ୍ଥାନକୁ ନେଇ ବଳାତ୍କାର କରିଥିଲେ। ଏନେଇ ନାବାଳିକା ଘରେ ଜଣାଇବା ପରେ ଅପରାହ୍ନରେ ଘଟଣା ସମ୍ପର୍କରେ ପରିବାର ଲୋକେ ବାଲିଗୁଡା ଥାନାରେ ଏତଲା ଦେଇଥିଲେ। ପୋଲିସ ନାବାଳିକାଙ୍କୁ ଡାକ୍ତରୀ ମାଇନା କରାଇବାପରେ ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତ ନାବାଳଙ୍କୁ ଧରି ଫୁଲବାଣୀ ଜୁଭେନାଇଲ କୋର୍ଟରେ ହାଜର କରିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା ସୂଚନା ଦେଇଛନ୍ତି।
କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ
ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…
ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…
ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…
ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା
ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍ଡି…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…
ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି
ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…
Archives

