କନ୍ୟାଶକ୍ତିକୁ ଚିତ୍ରଣ କଲେ ୨୫ ଚିତ୍ରଶିଳ୍ପୀ

ପୁରୁଣା ଭୁବନେଶ୍ୱର, ୨୨।୧ (ଡି.ଏନ.ଏ.):ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟଠାରେ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୦ ଉପଲକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ଓ ପବିବାର କଲ୍ୟାଣ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ହୋଇଯାଇଛି ଏକ ଚିତ୍ରକଳା କର୍ମଶାଳା। ଉକ୍ତ କର୍ମଶାଳାରେ ମହାବିଦ୍ୟାଳୟର ୨୫ଜଣ ଛାତ୍ରୀଛାତ୍ର ‘କନ୍ୟାଶକ୍ତି : ଅବର୍ଣ୍ଣନୀୟ ଏବଂ ଅଦମ୍ୟ’ ପ୍ରସଙ୍ଗକୁ ନେେଇ ନିଜ ନିଜର ଶୈଳୀରେ ସୃଜନଶୀଳ ଚିତ୍ର ଅଙ୍କନ କରିଥିଲେ। କର୍ମଶାଳାକୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ସରୋଜ କୁମାର ନାୟକ, ଯୁଗ୍ମ ନିର୍ଦ୍ଦେଶିକା ଡ. ପୁଷ୍ପାଞ୍ଜଳି ମିଶ୍ର, ମହାବିଦ୍ୟାଳୟର ସମ୍ପାଦକ ମିହିରକାନ୍ତ ପ୍ରହରାଜ ଓ ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ପଞ୍ଚାନନ ସାମଲ ଉଦ୍‌ଘାଟନ କରି କନ୍ୟା ସନ୍ତାନମାନଙ୍କ ଶକ୍ତି ତଥା ସମାଜକୁ ସେମାନଙ୍କ ଅବଦାନ ସମ୍ପର୍କରେ ଶିଳ୍ପୀମାନଙ୍କୁ ଅବଗତ କରାଇଥିଲେ। ପରିବାର କଲ୍ୟାଣ ନିର୍ଦ୍ଦେଶାଳୟର ପିଏନ୍‌ଡ଼ିଟି ସେଲ୍‌ର କର୍ମଚାରୀ ବୃନ୍ଦ କର୍ମଶାଳାରେ ଉପସ୍ଥିତ ରହି ଆବଶ୍ୟକ ସହଯୋଗ କରିଥିଲେ। ଏହାକୁ ଅଧ୍ୟାପକ ପ୍ରଦୀପ କୁମାର ସାହୁ ଓ ରାମଶଙ୍କର ସାହୁ ପରିଚାଳନା କରିଥିଲେ। ଆଦ୍ୟାଶା ମିଶ୍ର, ପ୍ରଶାନ୍ତି ସାମଲ, ରଶ୍ମିତା ଭୂୟଁା, ଅନନ୍ୟା ମଙ୍ଗରାଜ, ଦୀପ୍ତିମୟୀ ବାରିକ, ଦିପ୍ତୀମୟୀ ଚମ୍ପତ୍ତି, ଅର୍ପିତା ଦାସ, ଭାଗ୍ୟଶ୍ରୀ ଜେନା, ସାରଥି ପଲାଇ, ଈଶ୍ୱର କୁମାର ମହନ୍ତ ପ୍ରମୁଖ ୨୫ଜଣ ଶିଳ୍ପୀ ଅଂଶଗ୍ରହଣ କରିଥିଲେ। ଶିବିର ଅବସରରେ ଅଧ୍ୟାପକ ଚନ୍ଦନ କୁମାର ସାମଲ, ଅଧ୍ୟାପିକା ମଧୁସ୍ମିତା ଦାସ ପ୍ରମୁଖ ଉପସ୍ଥିତ ରହି ଶିଳ୍ପୀମାନଙ୍କୁ ଉତ୍ସାହିତ କରିଥିଲେ। ଆସନ୍ତା ୨୪ ତାରିଖ ଭୁବନେଶ୍ୱର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପୋଖରୀପୁଟଠାରେ ଶ୍ରେଷ୍ଠ ୫ ଜଣ ଶିଳ୍ପୀଙ୍କୁ ସମ୍ମାନିତ କରାଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri