କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ

ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁର ସଠିକ ତଦନ୍ତ କରାଯିବା, ଶରୀର ଅସୁସ୍ଥ ଥିବା ସମ୍ପର୍କରେ ପରିବାର ଲୋକଙ୍କୁ କୌଣସି ସୂଚନା ନ ଦେଇ ମୃତ୍ୟୁ ହେବାପରେ ଖବର ଦିଆଯିବା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାର ପରିଚୟ ବୋଲି ଆନ୍ଦୋଳନକାରୀ ପ୍ରକାଶ କରଥିଲେ। ଏତଦବ୍ୟତୀତ କର୍ତ୍ତବ୍ୟରେ ଅବହେଳା କରିଥିବା କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାଯର୍ର୍‌ୟାନୁଷ୍ଠାନ ଗ୍ରହଣ କରାଯିବା ଆଦି ଦାବି ନେଇ ପେସା ବ୍ଲକ କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ବାରିପଦା-ଅମର୍ଦ୍ଦାରୋଡ ମୁଖ୍ୟରାସ୍ତାର ଦେବଶୋଳଠାରେ ରାସ୍ତା ଅବରୋଧ କରାଯାଇଥିଲା। ଫଳରେ ଯାତାୟତ ସମ୍ପୂର୍ଣ୍ଣ ବ୍ୟାହତ ହୋଇପଡ଼ିଥିଲା। ଖବରପାଇ ରାସଗୋବିନ୍ଦପୁର ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ପଲେଇ, ସେକେଣ୍ଡ ଅଫିସର ଅଜୟକୁମାର ରାଉଳ, ଏଏସଆଇ ପ୍ରକାଶକୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭାତକୁମାର ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ହରପ୍ରିୟା ସାମଲ, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ବିଜୟକୁମାର ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ରାସ୍ତା ଉପରେ ମୃତଦେହ ରଖି ଧାରଣାରେ ବସିିଥିବା ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଶବସତ୍କାର ପାଇଁ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ମୃତ ଛାତ୍ରୀଙ୍କ ପିତାଙ୍କୁ ପ୍ରଦାନ କରାଯାଇଥିଲା। ପେସା କମିଟି ପକ୍ଷରୁ କରାଯାଇଥିବା ଦାବିଗୁଡିକ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସନ୍ତା ୧୫ଦିନ ମଧ୍ୟରେ ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଶୁ୍ରତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ପେସା ବ୍ଲକ କମିଟି ସମ୍ପାଦକ ସୁରେନ୍ଦ୍ର ସୋରେନ, ଦୁର୍ଗାଚରଣ ମାରାଣ୍ଡି, ଛୋଟରାୟ ହେମ୍ବ୍ରମ, ଧନୁ ହାଁସଦା, ଲକ୍ଷ୍ମଣ ମୁର୍ମୁ୍ର, ପଞ୍ଚୁ ଟୁଡୁ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?