Posted inଖେଳ

କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ବୈଠକରେ ଯୋଗଦେବେ ନାହିଁ ସଚିନ

ମୁମ୍ବାଇ,୧୯।୮: ପ୍ରଶାସକ କମିଟି (ସିଓଏ)ର ନୂଆ ସଦସ୍ୟ ରବୀନ୍ଦ୍ର ଥୋଡ୍‌ଗେ ଓ ଜେନାରାଲ ମ୍ୟାନେଜର (ଅପରେଶନ) ସବା କରିମ ପୂର୍ବତନ କ୍ରିକେଟରଙ୍କୁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ସମ୍ପର୍କରେ ଆଲୋଚନା କରିବା ପାଇଁ ସୋମବାର ବୈଠକ ଡକାଇଛନ୍ତି। କେତେଜଣ ପୂର୍ବତନ କ୍ରିକେଟର ଏହି ବୈଠକରେ ଯୋଗଦେବା ଲାଗି ଇଚ୍ଛା ପ୍ରକାଶ କରିଥିବାବେଳେ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଯୋଗ ଦେବାକୁ ମନା କରିଦେଇଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ ଯୋଗଦେଇ ନ ପାରନ୍ତି। ଜୁନିୟର ଭାରତୀୟ ଦଳର କୋଚ୍‌ ଓ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ରାହୁଲ ଡ୍ରାଭିଡ୍‌ ଯୋଗଦେବାର ସମ୍ଭାବନା ରହିଛି। ଏହି ବୈଠକରେ ବାହାରିବାକୁ ଥିବା ନିଷ୍କର୍ଷ ଓ ପୂର୍ବତନ ଖେଳାଳିଙ୍କ ମତ ସୁପ୍ରିମକୋର୍ଟରେ ଉପସ୍ଥାପନ କରାଯିବ। ନ ହେଲେ ବୌଠକର ମୂଲ୍ୟ କିଛି ରହିବ ନାହିଁ। କିନ୍ତୁ ମିଳିଥିବା ସୂଚନା ମୁତାବକ ବହୁ ପୂର୍ବତନ କ୍ରିକେଟର ବୈଠକ ନେଇ ଚିନ୍ତିତ। ଏଣୁ ସେମାନେ ଯୋଗ ଦେବେ କି ନାହିଁ ଚିନ୍ତା କରୁଛନ୍ତି। ସିଓଏ ଅଧ୍ୟକ୍ଷ ବିନୋଦ ରାଇ ଦେଶରେ ନ ଥିବାରୁ ବୈଠକରେ ଯୋଗଦେଇ ପାରିବେ ନାହିଁ। ରାଇଙ୍କ ସାଥୀ କର୍ମକର୍ତ୍ତା ତଥା କମିଟିରେ ଥିବା ଏକମାତ୍ର କ୍ରିକେଟର ଡାଇନା ଇଡୁଲଜି ବୈଠକରେ ଯୋଗଦେବା ନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି, ଡ୍ରାଭିଡ୍‌, ସଚିନ, ଭିଭିଏସ୍‌ ଲକ୍ଷ୍ମଣଙ୍କ ଭଳି ପୂର୍ବତନ ଖେଳାଳିଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri