କପିଳାସରେ ହେବ ରୋପ୍‌ୱେ

ଢେଙ୍କାନାଳ ଅଫିସ,୨୮ା୧

ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ କାର୍ଯ୍ୟକାରୀ ହେବ ରୋପ୍‌ଓ୍ବେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। କପିଳାସ ସମେତ ରାଜ୍ୟର ୪ଟି ପର୍ଯ୍ୟଟନସ୍ଥଳୀରେ ଏହି ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏଥିପାଇଁ ସମସ୍ତ ସ୍ବୀକୃତି ପ୍ରଦାନ କରାଯାଇଛି ା ୨୦୧୮-୧୯ ବର୍ଷରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ କପିଳାସ, ଖୋର୍ଦ୍ଧାର ବରୁଣେଇ, ଧଉଳି ଓ କେନ୍ଦୁଝରର ଭୀମକୁଣ୍ଡ ପର୍ଯ୍ୟଟନ ସ୍ଥଳୀରେ ରୋପୱେ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। କପିଳାସଠାରେ ରୋପୱେ କରାଯିବା ପାଇଁ ବିଧାନସଭାରେ ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲ ପ୍ରସ୍ତାବ ଦେଇଥିଲେ। ଏଥିପୂର୍ବରୁ ୧୯୯୨ ଓ ୨୦୦୪ରେ ତତ୍କାଳୀନ ଜିଲାପାଳଙ୍କ ପକ୍ଷରୁ କପିଳାସରେ ରୋପୱେ ପାଇଁ ପ୍ରସ୍ତାବ ଦିଆଯାଇଥିଲା। ମାତ୍ର ବନବିଭାଗ ଓ ଦେବୋତ୍ତର ବିଭାଗ ମଧ୍ୟରେ ଜାଗା ବିବାଦ ଯୋଗୁ ପ୍ରକଳ୍ପ ଚୂଡାନ୍ତ ହୋଇପାରି ନ ଥିଲା। ୧୬ ବର୍ଷ ପରେ କପିଳାସରେ ରୋପୱେ ପ୍ରକଳ୍ପ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ଆରମ୍ଭ କରିଛି ା ସେହିପରି କପିଳାସ ବିଜ୍ଞାନ ପାର୍କ ସମେତ ରାଜ୍ୟର ୮ଟି ସ୍ଥାନରେ ପ୍ଲାନେଟୋରିୟମ ଓ ୧୦ ଜିଲାରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲ କୁହନ୍ତି, ଗତ ବିଧାନସଭାରେ କପିଳାସଠାରେ ରୋପ୍‌ୱେ ଏବଂ ବିଜ୍ଞାନ ପାର୍କରେ ପ୍ଲାନେଟୋରିୟମ କରିବାକୁ ପ୍ରସ୍ତାବ ଦେଇଥିଲୁ। ପର୍ଯ୍ୟଟନ ବିଭାଗ ପକ୍ଷରୁ ରୋପୱେ ପ୍ରସ୍ତାବକୁ ସ୍ବୀକୃତି ପ୍ରଦାନ କରାଯାଇଛି ା ଏଥିପାଇଁ ଜାଗା ଚିହ୍ନଟ ପାଇଁ ଦେବୋତ୍ତର ବିଭାଗକୁ ଜଣାଇଛି। ଢେଙ୍କାନାଳ ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ କହିଛନ୍ତି, ବିଧାୟକ ବିଧାନସଭାରେ ପ୍ରସ୍ତାବ ଦେବାପରେ ଆମକୁ ୫ ଏକର ଜାଗା ଚିହ୍ନଟ କରିବାକୁ ଜଣାଇଛନ୍ତି ା ଜାଗା ଚିହ୍ନଟ କରିବା ପରେ ବିଧାୟକଙ୍କୁ ରିପୋର୍ଟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri