କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍‌.ଏ.)

ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ନିର୍ଦ୍ଦେଶ ପ୍ରକାରେ ଦାରିଙ୍ଗବାଡ଼ିର ସମସ୍ତ ପାର୍କ ବନ୍ଦ କରିଦିଆଯାଇଥିଛି। ମାତ୍ର କଫି ବଗିଚା ଏବଂ ମିଡ଼ିୟୁବାନ୍ଦା ଜଳପ୍ରପାତକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି। କଫି ବଗିଚା ଦାୟିତ୍ୱରେ ରହିଥିବା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ପକ୍ଷରୁ ଜିଲାପାଳଙ୍କ ନିର୍ଦ୍ଦେଶକୁ ଅବମାନନା କରି ଟିକେଟ ବିକ୍ରି ସହ ପର୍ଯ୍ୟଟକଙ୍କୁ ଭିତରକୁ ଛଡାଯାଉଛି। ସେହିଭିତରେ ସମସ୍ତ ପ୍ରକାର ଖୁଚୁରା ଦୋକାନ ମଧ୍ୟ ଖୋଲାରହିଛି। ସେହିପରି ଦାସିଂବାଡ଼ିଠାରେ ଥିବା ମିଡ଼ିୟୁବାନ୍ଦା ଜଳପ୍ରପାତଠାରେ ମଧ୍ୟ ପର୍ଯ୍ୟଟକଙ୍କଠାରୁ ପାର୍କିଂ ଫି ଆଦାୟ କରି ଭିତରକୁ ଛଡାଯାଉଛି।
ଭୁବନେଶ୍ୱରରୁ ଆସିଥିବା କେତେଜଣ ପର୍ଯ୍ୟଟକ କହିଛନ୍ତି ଯେ, ସେମାନଙ୍କୁ ଏହି ପାର୍କ ଏବଂ ଜଳ ପ୍ରପାତ ଭିତରକୁ ଯିବାକୁ ଅନୁମତି ଦିଆଯିବା ସହ ଶୀଘ୍ର ବାହାରି ଯିବାକୁ କୁହାଯାଉଛି। ଚଞ୍ଚକତା କରି ଫି’ ଆଦାୟ କରିବା ସହ ପର୍ଯ୍ୟଟକଙ୍କୁ କଫି ବଗିଚା ଏବଂ ଜଳପ୍ରପାତ ଭିତରୁ ବାହାରିବା କୁହାଯିବା ନେଇ ପର୍ଯ୍ୟଟକଙ୍କ ଭିତରେ ଅସନ୍ତୋଷ ଦେଖାଯାଇଛି।
ପ୍ରଶାସନ ନିର୍ଦ୍ଦେଶକୁ କାହିଁକି ଅବମାନନା କରାଯାଇଛି ବୋଲି ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଶୈଳେନ୍ଦ୍ର ନାୟକଙ୍କୁ ପଚାରିବାରୁ, ସେ କହିଛନ୍ତି ଯେ, ଜିଲାପାଳଙ୍କ ନିର୍ଦ୍ଦେଶ ସମ୍ପର୍କରେ ସେ ରବିବାର ଶୁଣିଲେ। ସୋମବାର ଦାରିଙ୍ଗବାଡ଼ି ଗସ୍ତ କରି କଫିବଗିଚା ବନ୍ଦ ରଖିବାକୁ ପରାମର୍ଶ ଦେଇଛନ୍ତି। ମଙ୍ଗଳବାରଠାରୁ ଏହା ବନ୍ଦ ରଖାଯିବ ବୋଲି ସେ କହିଛନ୍ତି। ମିଡ଼ିୟୁବାନ୍ଦା ଜଳପ୍ରପାତକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ପାଇଁ କୁହାଯାଇଥିଲା, କାହିଁକି ଖୋଲାଯାଇଛି ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାଲିଗୁଡ଼ା ଡିଏଫ୍‌ଓ ବିଶ୍ୱନାଥନ୍‌ ନିଲନଭର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri