କବାଟ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟ୍‌:  ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ଦିଗପହଣ୍ଡି,୩୧ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ଗଁା ପତିତପାବନ ସାହିର ବିଜୟ କୁମାର ପ୍ରଧାନଙ୍କ ଘରୁ ଦୁର୍ବୃତ୍ତମାନେ ମଙ୍ଗଳବାର ରାତିରେ ପ୍ରାୟ ୪ ଭରି ଓଜନର ସୁନାଗହଣା, ୪୦ ହଜାର ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଛନ୍ତି। ବିଜୟଙ୍କ ଏତଲାକୁ ଭିତ୍ତି କରି କେ.ନୂଆଗାଁ ପୋଲିସ ନଂ. ୨୧୫/୧୯ ରେ ମାମଲା ରୁଜୁ କରିଛିି। ବ୍ରହ୍ମପୁରରୁ ଆସିଥିବା ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚତ୍ ତଦନ୍ତ କରିଥିଲେ ମଧ୍ୟ ଦୁର୍ବୃତ୍ତଙ୍କ ସୁରାକ ମିଳି ନ ଥିବା ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି। ବିଜୟ ରାତ୍ରିଭୋଜନ ସାରି ପରିବାର ଲୋକଙ୍କ ସହ ଘରର ୨ୟ ବଖରାରେ ଶୋଇଥିଲେ। ପରିବାର ଲୋକେ ସକାଳୁ ଉଠି ଦେଖିବା ବେଳକୁ ଘର ବାରିପଟ କବାଟ ଭାଙ୍ଗି ଦୁର୍ବୃତ୍ତମାନେ ଆଲମିରା ଓ ଟ୍ରଙ୍କ ଚାବି ତାଡ଼ି ଟଙ୍କା ଓ ସୁନଗହଣା ଲୁଟି ନେବା ସହ ଅନ୍ୟାନ୍ୟ ଆସବାବପତ୍ର ଫିଙ୍ଗା ଫୋପଡା କରିଦେଇଥିଲେ। ବିଜୟ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ବିଜୟଙ୍କ ପଡ଼ିଶାରେ ରହୁଥିବା ତାଙ୍କ ଭାଇ ଭାସ୍କରଙ୍କ କବାଟ ଭାଙ୍ଗି ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ ମଧ୍ୟ ଘରେ ପଶି ପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri