କବିତା ମାଧ୍ୟମରେ କରୋନା ଯୋଦ୍ଧାଙ୍କ ସଂଘର୍ଷର କଥା କହିଲେ ସୋନାକ୍ଷୀ

ମୁମ୍ବାଇ: କରୋନା ମହାମାରୀକୁ ଦୂରେଇ ଦେବା ପାଇଁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏହି ସମୟରେ କରୋନାକୁ ଦୂରେଇ ଦେବାକୁ ଘରଠାରୁ ଦୂରରେ ରହି ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା କରୋନା ଯୋଦ୍ଧାଙ୍କ ସଂଘର୍ଷର କାହାଣୀ ଅନେକଥର ନଜରକୁ ଆସିଛି। ଏଥର ବଲିଉଡ୍‌ର ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ଏହି କରୋନା ଯୋଦ୍ଧାଙ୍କ ସଂଘର୍ଷର କାହାଣୀ କବିତା ମାଧ୍ୟମରେ କହିଥିବା ଦେଖାଯାଇଛି। ଏହାର ଏକ ଭିଡିଓ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି ସୋନାକ୍ଷୀ। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ସୋନାକ୍ଷୀ ଡାକ୍ତର, ନର୍ସ, ପୋଲିସ ତଥା ଯେଉଁମାନେ କରୋନା ଯୋଦ୍ଧାର ଆଗଧାଡିର ଯୋଦ୍ଧା ସାଜିଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏମିତିକି ଯେଉଁମାନେ ଦେଶର ଏହି ସଙ୍କଟ ସମୟରେ ଭୋକିଲା ଲୋକଙ୍କୁ ଖାଦ୍ୟ ଦେଇଛନ୍ତି ଅବା ଅନ୍ୟକିଛି ଦାନ କରିଛନ୍ତି ସେମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ଦବଙ୍ଗ ଗର୍ଲ। ଉକ୍ତ ଭିଡିଓରେ ସୋନାକ୍ଷୀ କହିଛନ୍ତି ଯେବେବି କରୋନାକୁ ହରାଇବା କଥା ଆସିବ ତେବେ ଏହି କରୋନା ଯୋଦ୍ଧାଙ୍କ ନାମ ପ୍ରଥମେ ଆସିବ। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦିନ ମଜୁଆରୀଙ୍କୁ ସାହାଯ୍ୟ କରିବା ଲାଗି ନିଜ ପେଣ୍ଟିଂର ନିଲାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri