କବିବରଙ୍କ ସାହିତ୍ୟ କୃତି ଅତୁଳନୀୟ

ସୋର, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଦାରପୁର ଗ୍ରାମରେ କବିବର ରାଧାନାଥ ରାୟଙ୍କର ଜନ୍ମପୀଠରେ ୧୭୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କବିବର ରାଧାନାଥ ସ୍ମୃତି ସଂସଦ ଓ ଓଡ଼ିଶା ସାହିତ୍ୟ ଏକାଡ଼େମୀ ମିଳିତ ଆନୁକୂଲ୍ୟରେ ଏହି ଉତ୍ସବ ଦୁଇ ଦିନ ଧରି ପାଳନ ହେବ। ଏହି ଅବସରରେ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସକାଳେ ପ୍ରଭାତଫେରି କରାଯାଇଥିଲା। ପରେ କବିବର ରାଧାନାଥ ସ୍ମୃତି ସଂସଦର ସମ୍ପାଦକ ଶୁଭେନ୍ଦୁ କୁମାର ରାୟ ଓ ସଭାପତି ଲକ୍ଷ୍ମୀନାରାୟଣ ରାୟଙ୍କ ସଭାପତିତ୍ୱରେ ସକାଳ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ସୋର ବିଧାୟକ ପର୍ଶୁରାମ ଧଡ଼ା ଉଦ୍‌ଘାଟନ କରିଥିଲେ। ଏହି ଅବସରରେ କବିଙ୍କର ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ରମାକାନ୍ତ ବେହେରା ଯୋଗଦେଇ ରାଧାନାଥଙ୍କ ସାହିତ୍ୟ କୃତି ଅତୁଳନୀୟ ବୋଲି ବକ୍ତବ୍ୟରେ କହିଥିଲେ। ମୁଖ୍ୟବକ୍ତା ଭାବେ ତ୍ୟାଗଭୂମି ସାଂସ୍କୃତିକ ସଚେତନ ଭଦ୍ରକର ସଭାପତି ଅଜୟ ନାୟକ ଯୋଗଦେଇ ରାଧାନାଥ ସାହିତ୍ୟର ବିଭିନ୍ନ ଦିଗ ସମ୍ବନ୍ଧରେ ବକ୍ତବ୍ୟ ରଖିଥିଲେ। ସଂସଦର ସହସମ୍ପାଦକ ଡ. ସତ୍ୟନାରାୟଣ ପଣ୍ଡା ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶଶୀକାନ୍ତ ବେହେରା, ଅଭିଷେକ ବେହେରା, ବିଶ୍ୱନାଥ ଘୋଷ, ଗୌରାଙ୍ଗ ମହାପାତ୍ର, ଶଙ୍କର୍ଷଣ ନାୟକ, ପ୍ରଭାତ କୁମାର ପାକଳ, ମନୀନ୍ଦ୍ର ଦୀକ୍ଷିତ, ମୃତ୍ୟୁଞ୍ଜୟ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ସନ୍ଧ୍ୟା ଅଧିବେଶନ ଓଡ଼ିଶା ସାହିତ୍ୟ ଏକାଡ଼େମୀ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା। ସମ୍ପାଦକ ଶୁଭେନ୍ଦୁ କୁମାର ରାୟଙ୍କ ଦ୍ୱାରା ରଚିତ ‘ପ୍ରକୃତି ପୂଝାରୀ କବିବର ରାଧାନାଥ’ଙ୍କ ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ଅଞ୍ଚଳରୁ ବହୁ ରାଧାନାଥ ପ୍ରେମୀ, ସାହିତି୍ୟକ, କବି ତଥା ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri