ଛତ୍ରପୁର,୨ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ) ଡି. ସନ୍ତୋଷ ପ୍ରଧାନଙ୍କୁ ଗଞ୍ଜାମ ଜିଲାପାଳ ବୁଧବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ମଦ୍ୟପାନ କରି କବିସୂର୍ଯ୍ୟନଗର ବ୍ଲକ ପରିସରରେ ଗଣ୍ଡଗୋଳ କରିବା ଓ କର୍ମଚାରୀଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ତାଙ୍କୁ ନିଳମ୍ବନ କରାଯାଇଛି। ନିଲମ୍ବନ ପରେ ସେ ସଦରମହକୁମା ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରତିଦିନ ରିପୋର୍ଟ କରି କାର୍ଯ୍ୟଦିବସରେ ସେଠାରେ ଉପସ୍ଥାନ ଦର୍ଶାଇବେ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କୁ ଚାକିରୀ ସର୍ତ୍ତାବଳୀ ଓଡିଶା ସର୍ଭିସ କୋଡ ୧୯୬୨ ରୁଲ୍ ୯୦ ଅନୁଯାୟୀ ତାଙ୍କର ମାସିକ ଦେୟ ନିର୍ଦ୍ଧାରଣ ପୂର୍ବକ ପ୍ରଦାନ କରାଯିବ ବୋଲି ଜଣାପଡିଛି। ଏଥିସହ ତାଙ୍କ ବିରୋଧରେ ପୃଥକ୍ ପୃଥକ୍ ଡ୍ରାଫ୍ ଚାର୍ଜ ପ୍ରସ୍ତୁତ କରି ୭ ଦିନ ମଧ୍ୟରେ ଦାଖଲ କରିବାକୁ କବିସୂର୍ଯ୍ୟନଗର ବିଡିଓ ଓ ସୋରଡା ବିଡିଓଙ୍କୁ ଜିଲପାଳ ନିର୍ଦ୍ଦେଶ ଦେଇଛନ୍ତିି। ସୂୂଚନାଯୋଗ୍ୟ, ପୂର୍ବରୁ ସେ ସୋରଡା ବ୍ଲକ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ
ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…
ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….
ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…
କୋରାପୁଟରେ ମୋକିମ୍: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…
କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍ ଜଳିଲା ବାଇକ୍
କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି
ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…
ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ
ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…
Archives

