‘କବୀର ସିଂ’କୁ ପଛରେ ପକାଇଲା ହ୍ରିତିକଙ୍କ ‘ସୁପର ୩୦’

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୁପର ୩୦’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ବିହାରର ଗଣିତଜ୍ଞ ଆନନ୍ଦ କୁମାରଙ୍କ ଜୀବନ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରକୁ ଦର୍ଶକ ଖୁବ ପସନ୍ଦ କରୁଥିବା ଦେଖିବାକୁ ମିଳିଛି। ମୁକ୍ତିଲାଭର ପ୍ରଥମ ଦିନ ଅର୍ଥାତ୍‌ ଶୁକ୍ରବାର ଚଳଚ୍ଚିତ୍ର ପ୍ରାୟ ୧୨ କୋଟି ଟଙ୍କା ଆୟ କରିଥିଲା। ସେହିପରି ଶନିବାର ଚଳଚ୍ଚିତ୍ର ପ୍ରାୟ ୧୯ କୋଟି ଟଙ୍କାର ବ୍ୟବସାୟ କରିଛି। ରବିବାର ଏହି ଫିଲ୍ମ ୨୧ କୋଟି ଟଙ୍କା ଆୟ କରିଛି। ଜୁନ୍‌ ୨୧ରେ ରିଲିଜ୍‌ ହୋଇଥିବା ଶାହିଦ କପୁର କବୀର ସିଂ କଲେକ୍ସନ ସୁପର ୩୦ ଫିଲ୍ମ ଆଗରେ ଫିକା ପଡିଯାଇଛି। ଚଳଚ୍ଚିତ୍ରରେ ହ୍ରିତିକ ଆନନ୍ଦ କୁମାରଙ୍କ ଭୂମିକାରେ ଅବତ୍ତୀର୍ଣ୍ଣ ଓ ତାଙ୍କ ଅଭିନୟର ମଧ୍ୟ ଲୋକେ ବହୁତ ପ୍ରଶଂସା କରୁଛନ୍ତି। ମୃଣାଳ ଠାକୁର ଚଳଚ୍ଚିତ୍ରରେ ହ୍ରିତିକଙ୍କ ବିପକ୍ଷ ନାୟିକା ଭାବେ ଅଭିନୟ କରିଛନ୍ତି। ହ୍ରିତିକ ରୋଶନଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୁପର ୩୦’ ୧୨ ଜୁଲାଇରେ ସାରା ଦେଶରେ ୩୦୦୦ରୁ ଅଧିକ ପରଦାରେ ମୁକ୍ତିଲାଭ କରାଯାଇଥିଲା ବିକାଶ ବହଲଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ହ୍ରିତିକଙ୍କ ବ୍ୟତୀତ ମୃଣାଳ ଠାକୁର, ପଙ୍କଜ ତ୍ରିପାଠୀ ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri