Posted inଜାତୀୟ

କମଲନାଥ ସରକାର ଖେଳିଲେ ଏସ୍‌ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ

ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍‌ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହାୟତା ଯୋଜନା ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ୮୯ ବ୍ଲକ୍‌ରେ ଆରମ୍ଭ ହେବ। ସରକାରଙ୍କ ଏହି ଯୋଜନା ଅନ୍ତର୍ଗତ ଜନଜାତି ପରିବାରରେ ଶିଶୁ ଜନ୍ମ ହେଲେ ୫୦ କିଗ୍ରା ଖାଦ୍ୟାନ୍ନ ଯୋଗାଇ ଦିଆଯିବ। ସେହିପରି ପରିବାର ସଦସ୍ୟଙ୍କ ମୃତ୍ୟୁରେ ଶହେ କିଗ୍ରା ଖାଦ୍ୟାନ୍ନ ମିଳିବ ବୋଲି ଜନଜାତି ବିକାଶ ମନ୍ତ୍ରୀ ଓମ୍‌କାର ସିଂ କରକମ୍‌ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଝାବୁଆ ଜିଲାରେ ଜନଜାତିଙ୍କ ସଂଖ୍ୟା ଅଧିକ ରହିଛି। ସରକାର ଏଭଳି ଘୋଷଣା ଦ୍ୱାରା ଝାବୁଆ ବିଧାନସଭା ଆସନ ହାତେଇବା ପାଇଁ ପ୍ରୟାସ କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri