Posted inଜାତୀୟ

କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ

ଭୋପାଳ,୨୨ା୫(ପି.ଟି.): ସାଧାରଣ ନିର୍ବାଚନ ଶେଷହେବା ପରେ ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ କମଲନାଥ ସରକାର ଉପରେ ଅସ୍ଥିରତାର କଳାବାଦଲ ଘନେଇବାରେ ଲାଗିଛି। କଂଗ୍ରେସ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ଗୋଡ଼ ଟାଣିବାକୁ ଭାଜପା ଉଦ୍ୟମ କରୁଛି। ଏଥିଲାଗି ଗୈରିକ ଦଳ କଂଗ୍ରେସ ବିଧାୟକମାନଙ୍କୁ ଅର୍ଥ ଲୋଭ ଦେଖାଇ ନିଜ ସପକ୍ଷକୁ ଟାଣିବା ପାଇଁ ଯୋଜନା ଚଳାଇଛି ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ କମଲନାଥ ଅଭିଯୋଗ ଆଣିଛନ୍ତି। ବିରୋଧୀ ଦଳ ନେତା ଗୋପାଳ ଭାର୍ଗବ ଦିନକ ପୂର୍ବରୁ ସରକାରଙ୍କ ସଂଖ୍ୟାଗରିଷ୍ଠତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ଏହାସହ ସେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବା ପାଇଁ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କୁ ଚିଠିଲେଖି ଅନୁରୋଧ କରିଥିଲେ। କଂଗ୍ରେସ ବିଧାୟକମାନଙ୍କୁ ୫୦ କୋଟି ଟଙ୍କା ଦେବା ପାଇଁ ପ୍ରଲୋଭନ ଦେଖାଇ ଭାଜପା ସେମାନଙ୍କୁ ନିଜ ସପକ୍ଷକୁ ଟାଣିବାକୁ ଉଦ୍ୟମ ଚଳାଇଥିବା କ୍ୟାବିନେଟ ମନ୍ତ୍ରୀ ପ୍ରଦ୍ୟୁମ୍ନ ସିଂ ତୋମାର ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri