Posted inଜାତୀୟ

କମଲେଶ ହତ୍ୟାକାଣ୍ଡ: ୫ ଗିରଫ

ଲକ୍ଷ୍ନୌ,୨୦ା୧୦ : ଉତ୍ତରପ୍ରଦେଶର ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀ ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର କମଲେଶଙ୍କୁ ତାଙ୍କ ଲକ୍ଷ୍ନୌ ଘରେ ହତ୍ୟା କରାଯାଇଥିଲା। କମଲେଶଙ୍କ ସ୍ତ୍ରୀ ଦେଇଥିବା ଏତଲା ଆଧାରରେ ଉତ୍ତରପ୍ରଦେଶର ବିଜନୁର ଜିଲାରୁ ୨ ଜଣ ଓ ଗୁଜରାଟର ସୁରଟରୁ ତିନିଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓ.ପି. ସିଂ ସୂଚନା ଦେଇଛନ୍ତି। ଫେରାର ଥିବା ଅନ୍ୟ ଦୁଇଜଣଙ୍କୁ ଧରିବା ଲାଗି ପୋଲିସ ତନାଘନା ଚଳାଇଛି। ଗୁଜରାଟରୁ ଗିରଫ ତିନିଜଣ ହେଲେ ମୌଲାନା ମହସିନ ଶେଖ୍‌, ରଶିଦ ଅହମଦ ପଠାନ ଓ ଫୈଜାନ। ସେହିପରି ୟୁପିରୁ ଗିରଫ ଦୁଇଜଣ ହେଲେ ମୌଲାନା ଅନଓ୍ବର ଉଲ୍‌ ହକ୍‌ ଏବଂ ମୁଫ୍‌ତି ନଇମ୍‌ କଜ୍‌ମିନ। ରଶିଦ ଆକ୍ରମଣର ମାଷ୍ଟରମାଇଣ୍ଡ ବୋଲି ପୋଲିସ ବିଶ୍ୱାସ କରୁଛି। ହତ୍ୟାକାରୀ ମିଠା ପ୍ୟାକେଟ ନେଇ କମଲେଶଙ୍କ ଘରକୁ ଯାଇଥିଲେ। ଏହି ମିଠା ପ୍ୟାକେଟକୁ ଫୈଜାନ କିଣିଥିବା ଜଣାପଡିଛି। ତେବେ ଆକ୍ରମଣ ପଛରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ନ ଥିବା ଡିଜିପି କହିଛନ୍ତି। ୨୦୧୫ରେ କମଲେଶ ପ୍ରଫେଟ ମହମ୍ମଦଙ୍କ ବିରୋଧରେ ମାନହାନିକାରକ ମନ୍ତବ୍ୟ ଦେଇଥିଲେ। ଏହା ହତ୍ୟାକାଣ୍ଡର କାରଣ ହୋଇପାରେ ବୋଲି ପୋଲିସ ସନ୍ଦେହ କରୁଛି। ମିଠା ପ୍ୟାକେଟ ସୁରଟର ବୋଲି ସିସିଟିଭି ଫୁଟେଜ୍‌ରୁ ଜଣାପଡିବା ପରେ ଉତ୍ତରପ୍ରଦେଶ ପୋଲିସ ଗୁଜରାଟ ପୋଲିସର ସହାୟତା ଲୋଡିଥିଲା।
ହିନ୍ଦୁ ସମାଜ ପାର୍ଟି ନେତା କମଲେଶଙ୍କ ହତ୍ୟାକାରୀମାନଙ୍କୁ ଛଡ଼ାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରତିଶ୍ରୁତି ଦେଇଥିବାବେଳେ ଘଟଣାର ତଦନ୍ତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଦ୍ୱାରା କରାଯିବା ଲାଗି ତାଙ୍କ ପରିବାର ପକ୍ଷରୁ ଦାବି କରାଯାଇଛି। ସୁରକ୍ଷା କର୍ମୀ ଥାଇ କମଲେଶଙ୍କୁ ହତ୍ୟା କରାଯାଇଥିବାରୁ ଆମେ ପ୍ରଶାସନକୁ କିପରି ବିଶ୍ୱାସ କରିବୁ ବୋଲି ତାଙ୍କ ପୁଅ ସତ୍ୟମ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri