Posted inଜାତୀୟ

କମଳନାଥଙ୍କ ଅଡୁଆ ବଢ଼ିଲା

ନୂଆଦିଲ୍ଲୀ,୧୦ା୯(ଆଇଏଏନ୍‌ଏସ୍‌): ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା ଫାଇଲ ପୁଣି ଥରେ ଖୋଲିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଞ୍ଜୁରୀ ଦେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଅଡୁଆ ବଢ଼ିଯାଇଛି। କମଳନାଥଙ୍କ ବିରୋଧରେ ମାମଲା ଚାଲିବ ବୋଲି ଦିଲ୍ଲୀର ଶିରୋମଣି ଅକାଳୀ ଦଳ ବିଧାୟକ ମନିନ୍ଦର ସିଂ ସିର୍ସା ସୂଚନା ଦେଇଛନ୍ତି। କମଳନାଥଙ୍କ ବିରୋଧରେ ମାମଲାର ଫାଇଲ ପୁଣିଥରେ ଖୋଲୁଥିବାରୁ ଅକାଳୀ ଦଳର ଏହା ବଡ଼ ବିଜୟ ବୋଲି ସେ କହିଛନ୍ତି।
ଦିଲ୍ଲୀ ଶିଖ୍‌ ଗୁରୁଦ୍ୱାରା ପରିଚାଳନା କମିଟି ଅଧ୍ୟକ୍ଷ ଥିବା ସିର୍ସା କହିଛନ୍ତି, କମଳନାଥଙ୍କ ବିରୋଧରେ ଥିବା ଅଭିଯୋଗର ତଦନ୍ତ ଏସ୍‌ଆଇଟି କରିବ। କମଳନାଥ ଶିଖ୍‌ମାନଙ୍କୁ ହତ୍ୟା କରିଥିବା ଘଟଣାରେ ଯେଉଁମାନେ ପ୍ରତ୍ୟକ୍ଷଦର୍ଶୀ ସେମାନେ ନିର୍ଭୟରେ ଆସି ସାକ୍ଷ୍ୟ ଦେବା ପାଇଁ ସିର୍ସା ଟୁଇଟ୍‌ କରି ଅନୁରୋଧ କରିଛନ୍ତି। କମଳନାଥ ଖୁବ୍‌ଶୀଘ୍ର ଗିରଫ ହେବେ ଓ ସଜ୍ଜନ କୁମାର ଦଶା ଭୋଗିବେ ବୋଲି ଅକାଳୀ ନେତା କହିଛନ୍ତି।
ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ଦୋଷୀସାବ୍ୟସ୍ତ ବରିଷ୍ଠ କଂଗ୍ରେସ ନେତା ସଜ୍ଜନ କୁମାର ଆଜୀବନ ଜେଲ୍‌ଦଣ୍ଡ ଭୋଗୁଛନ୍ତି। ୧୯୮୪ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଶିଖ୍‌ ଅଙ୍ଗରକ୍ଷୀ ହତ୍ୟା କରିବା ପରେ ଦିଲ୍ଲୀ ସମେତ ବିଭିନ୍ନ ସ୍ଥାନରେ ଶିଖ୍‌ ବିରୋଧୀ ଦଙ୍ଗା ସୃଷ୍ଟି ହୋଇଥିଲା। ଶିଖ୍‌ମାନଙ୍କୁ ନ୍ୟାୟ ଦେବାକୁ ହେଲେ କମଳନାଥଙ୍କୁ ଇସ୍ତଫା ଦେବା ପାଇଁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କୁହନ୍ତୁ ବୋଲି ଅକାଳୀ ନେତା ଅନୁରୋଧ କରିଛନ୍ତି।
ଅନ୍ୟପକ୍ଷରେ ମଧ୍ୟପ୍ରଦେଶ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱକୁ ନେଇ ଦଳ ଅଧ୍ୟକ୍ଷା ଉଭୟ କମଳନାଥ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଦିଲ୍ଲୀ ଡାକିଛନ୍ତି। ମଙ୍ଗଳବାର ଓ ବୁଧବାର ସେମାନଙ୍କ ସହ ସୋନିଆ ପୃଥକ୍‌ ଭାବେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri