କମଳା, ଦୈତାରି, ଡି. ପ୍ରକାଶଙ୍କୁ ରୁଚି ଦେଶଜ୍ୟୋତି ସମ୍ମାନ

କଟକ ଅଫିସ,୨୧।୭: କଟକ ଶହୀଦଭବନଠାରେ ୨୩ତମ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ରୁଚି ପ୍ରତିଭା ପାଉଣ୍ଡେଶନ ପକ୍ଷରୁ ଅନୁଷ୍ଠିତ ଏହି ସମାରୋହକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଉଦ୍‌ଘାଟନ କରି କହିଲେ, ପଥରକୁ ଯଦି ଆମେ ଭାଙ୍ଗିବା ତା’ହେଲେ ସେହି ଭଗ୍ନଅଂଶ ପଥର ଖଣ୍ଡରେ ଗଣାଯିବ। ଯଦି ଆମେ ସେହି ପଥରକୁ ମୂର୍ତ୍ତିରେ ପରିଣତ କରିବା ତା’ହେଲେ ସେ ପଥର ମୂଲ୍ୟ ଦୁର୍ମୂଲ୍ୟ ହୋଇଯିବ। ଏଥିରେ ଅନ୍ୟ ଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ କହିଲେ, ପୁରସ୍କାରକୁ ଆଶା ନ କରି ଏମିତି କିଛି କରିବା ଦରକାର, ଯାହାପାଇଁ ତୁମକୁ ସାରା ସମାଜ ସମ୍ମାନ କରିବ। ଏଥିରେ ପୂର୍ବତନ ଆୟକର ମହାନିର୍ଦ୍ଦେଶକ ବିଧୁଭୂଷଣ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।
ଏହି ସମାରୋହରେ ପଦ୍ମଶ୍ରୀ ପୁରସ୍କାର ପାଇଥିବା ୩ ଜଣଙ୍କୁ ରୁଚି ଦେଶଜ୍ୟୋତି ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେମାନେ ହେଲେ କମଳା ପୂଜାରୀ, ଦୈତାରି ନାଏକ ଓ ଡି. ପ୍ରକାଶ ରାଓ। ମାତ୍ର ଡି. ପ୍ରକାଶ ରାଓ ଅସୁସ୍ଥ ଥିବାରୁ ତାଙ୍କ ଅନୁପସ୍ଥିତିରେ ତାଙ୍କ ଭାଇ ଅତିଥିଙ୍କ ପାଖରୁ ପୁରସ୍କାର ଗ୍ରହଣ କରିଥିଲେ। ସେହିପରି ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଶା ଟପର ଅନ୍ୟା ଦାସଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ, ଗଣମାଧ୍ୟମ ସଂସ୍ଥା ଉଦୟ ଇଣ୍ଡିଆର ସମ୍ପାଦକ ଦୀପକ କୁମାର ରଥଙ୍କୁ ରୁଚି ଗୋପବନ୍ଧୁ ସାମ୍ବାଦିକ ସମ୍ମାନ ଓ କ୍ରିକେଟ ତାରକା ରାଜେଶ ମହାନ୍ତିଙ୍କୁ ରୁଚି ବାରବାଟୀ କ୍ରୀଡା ସମ୍ମାନରେ ସମ୍ମାନିତ କରାଯାଇଛି। ଏଥିସହ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟପ୍ପର ହୋଇଥିବା ଶିବ ପ୍ରସାଦ ପାଣି, ଯୁକ୍ତ ୨ ବିଜ୍ଞାନ ଟପ୍ପର ଭବାନୀ ଶଙ୍କର ପଟ୍ଟନାୟକ, ଯୁକ୍ତ ୨ ବାଣିଜ୍ୟ ଟପ୍ପର ଲକ୍ଷ୍ମୀ ଅଗ୍ରୱାଲ ଓ ଯୁକ୍ତ ୨ କଳା ଟପ୍ପର ଶିବାନୀ ପ୍ରିୟଦର୍ଶିନୀ ପତ୍ରୀଙ୍କୁ ରୁଚି ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ଫାଉଣ୍ଡେଶନର ପୂର୍ବତନ ସଭାପତି ଶ୍ରଦ୍ଧାନନ୍ଦ ଜେନାଙ୍କୁ ମରଣୋତ୍ତର ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ସମାରୋହରେ ଫାଉଣ୍ଡେଶନର ଅଧ୍ୟକ୍ଷ ଡ. ଶରତ କୁମାର ସାହୁ ସ୍ବାଗତ ଭାଷଣ ଓ ସମ୍ପାଦକ ଅରବିନ୍ଦ ସାହୁ ବିବରଣୀ ପ୍ରଦାନ କରିଥିଲେ। ଏଥିରେ ରୁଚିର ନିର୍ଦ୍ଦେଶିକା ସଙ୍ଗୀତା ସାହୁ, ରଶ୍ମି ସାହୁ ଓ ସଲିନା ସାହୁ ଉପସ୍ଥିତ ଥିବାବେଳେ ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୁୟଁା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri