କମାପଲ୍ଲୀ ପୋଖରୀ ପୁନରୁଦ୍ଧାର କରାଯାଉ

ବ୍ରହ୍ମପୁର ଅଫିସ,୬ା୬- ବ୍ରହ୍ମପୁର ମହାନଗର ନିଗମର ୩୧ନଂ. ୱାର୍ଡରେ ଥିବା ପୁରାତନ କମାପଲ୍ଲୀ ପୋଖରୀ ଦୀର୍ଘବର୍ଷରୁ ପଙ୍କରେ ପୋତି ହୋଇଯାଇଛି। ଏହାର ପୁନରୁଦ୍ଧାର ପାଇଁ ଅଞ୍ଚଳବାସୀ ଓ ସମ୍ପୃକ୍ତ ପୂର୍ବତନ ବିଜେଡି କର୍ପୋରେଟର କରିଥିବା ବହୁବାର ଦାବି ପ୍ରତି ନିଗମ କର୍ତ୍ତୃପକ୍ଷ ଆଖି ବୁଜି ଦେଇଥିବା ଅଭିଯୋଗ କରାଯାଇଛି। ତୁରନ୍ତ ପଙ୍କୋଦ୍ଧାର କରିବାକୁ ଦାବି ହୋଇଛି। ନଚେତ ପ୍ରତିବାଦରେ ଆନ୍ଦୋଳନ ସୂତ୍ରପାତ ସହ ବିଏମ୍‌ସି ଦପ୍ତର ଘେରାଉ କରାଯିବାର ଚେତାବନୀ ଦିଆଯାଇଛି। ପୂର୍ବତନ କର୍ପୋରେଟର ତଥା ବିଜେଡିର ଯୁବନେତା ସୁରେନ୍ଦ୍ର ମହାରଣାଙ୍କ ଅଭିଯୋଗ ଅନୁସାରେ ଶତାଧିକ ବର୍ଷର ଏହି ଜଳାଶୟରେ କମାପଲ୍ଲୀ ଅଞ୍ଚଳର ଶହ ଶହ ଅନୁସୂଚିତ ଜାତିର ଲୋକେ ନିର୍ଭର କରୁଛନ୍ତି। ଏହା ପୋତି ହୋଇଯାଇଥିବାରୁ ସମସ୍ୟା ସୃଷ୍ଟି ହୋଇଛି। ଅଞ୍ଚଳର ବହୁ ସଂଖ୍ୟକ ମହିଳା ଓ ପୁରୁଷ ଦୈନନ୍ଦିନ ସ୍ନାନ କରିବା କଷ୍ଟକର ହୋଇଯାଇଛି। ପରିତ୍ୟକ୍ତ ଅବସ୍ଥାରେ ପୋଖରୀ ରହିଛି। ବିଏମ୍‌ସି ପକ୍ଷରୁ ବିଜିପୁର, ସୁନାରି ବନ୍ଧ ସମେତ ଅନ୍ୟ ଅଞ୍ଚଳର ପୋଖରୀଗୁଡ଼ିକ ପୁନରୁଦ୍ଧାର ଓ ଆଧୁନିକୀକରଣ ବାରମ୍ବାର କରାଯାଉଛି। ତେବେ କମାପଲ୍ଲୀ ପୋଖରୀ ଅବହେଳିତ ହୋଇ ରହିଥିବା ପୂର୍ବତନ କର୍ପୋରେଟର ସଂଗୀନ ଅଭିଯୋଗ କରିଛନ୍ତି। ବର୍ଷା ଋତୁ ପୂର୍ବରୁ ପୁନରୁଦ୍ଧାର କରାଯିବାକୁ ମହାରଣା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri