କମିପାରେ ପେଟ୍ରୋଲ ଡିଜେଲ ଦର

ନୂଆଦିଲ୍ଲୀ,୨୯-୯: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହ୍ରାସ ଘଟିଛି। ଏହା ଫଳରେ ଆଗାମୀ ଦିନରେ ଭାରତୀୟ ଉପଭୋକ୍ତାଙ୍କ ଲାଗି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ କମିବା ନେଇ ସମ୍ଭାବନା ଉପୁଜିଛି। ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ ବ୍ରେଣ୍ଟ କ୍ରୁଡ ମୂଲ୍ୟ ୪% ହ୍ରାସ ଘଟିଛି। ଏହା ପରେ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡିକ ଶନିବାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରି ନ ଥିବା ଜଣାପଡ଼ିଛି। ଶୁକ୍ରବାର ଇଣ୍ଟରକଣ୍ଟିନେଣ୍ଟାଲ ଏକ୍ସଚେଞ୍ଜ ବା ଆଇସିଇ ବ୍ରେଣ୍ଟ କ୍ରୁଡର ମୂଲ୍ୟ ୧.୩୭% ହ୍ରାସ ଘଟି ବ୍ୟାରେଲ ପିଛା ୬୧.୮୮ ଡଲାରରେ ବନ୍ଦ ରହିଛି। ଗତ ସପ୍ତାହ ତୁଳନାରେ ଏହି ମୂଲ୍ୟ ବ୍ୟାରେଲ ପିଛା ୨.୪୦ ଡଲାର ବା ୩.୮୯% ହ୍ରାସ ଘଟିଛି। ଗତ ସପ୍ତାହରେ ବ୍ରେଣ୍ଟ କ୍ରୁଡ ମୂଲ୍ୟ ୬୪.୨୮ ଡଲାର ରହିଥିଲା।
ସୌଦି ଆରାମକୋ କମ୍ପାନୀ ଉପରେ ଆକ୍ରମଣ ପରଠାରୁ ତେଲ ଦର ବଢିଥିବା ବେଳେ ବର୍ତ୍ତମାନ ସୁଦ୍ଧା ବ୍ରେଣ୍ଟ କ୍ରୁଡର ମୂଲ୍ୟ ବ୍ୟାରେଲ ପିଛା ୮ ଡଲାର ହ୍ରାସ ଘଟିଛି। ସୌଦି ଆରବ ଘଟଣା ପରେ ଅଶୋଧିତ ତେଲ ଦର ୨୦% ବୃଦ୍ଧି ଘଟି ବ୍ୟାରେଲ ପିଛା ୭୧.୯୫ ଡଲାର ଛୁଇଁଥିଲା। ଏହା ୨୮ ବର୍ଷର ସବୁଠାରୁ ଦୈନିକ ବଡ ଦର ବୃଦ୍ଧି ବୋଲି ଜଣାପଡିଛି। ଆମେରିକା ଦ୍ୱାରା ଇରାନ ଉପରେ ଲାଗିଥିବା ବାଣିଜି୍ୟକ କଟକଣା ହଟାଇବା ଲାଗି ଆଲୋଚନା ଆରମ୍ଭ ହୋଇଥିବା ରିପୋର୍ଟ ଆସିବା ପରେ ଏହାର ପ୍ରଭାବ ବଜାର ଉପରେ ପଡିଛି। ଆସନ୍ତା ସପ୍ତାହ ସୁଦ୍ଧା ତେଲ ଦର ଆହୁରି କମିପାରେ ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ଆରାମକୋ ଘଟଣା ପରେ ଭାରତରେ ପେଟ୍ରୋଲ ଦର ପ୍ରାୟ ୨.୫ ଟଙ୍କା ଏବଂ ଡିଜେଲ ୧.୯୯ ଟଙ୍କା ପର୍ଯ୍ୟନ୍ତ ବଢିଛି। ଅନ୍ତର୍ଜାତୀୟ ବଜାରରେ ଦର କମିବା ଯୋଗୁ ଏହାର ପ୍ରଭାବ ଭାରତ ବଜାର ଉପରେ ମଧ୍ୟ ପରିଲକ୍ଷିତ ହେବ ବୋଲି କେଡିଆ ଆଡଭାଇଜରିର ନିର୍ଦ୍ଦେଶକ ଅଜୟ କେଡିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri