କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ ଭିତ୍ତିଭୂମିର ଅଭାବ ଏକ ମୁଖ୍ୟ କାରଣ ସାଜିଥିବାବେଳେ ବ୍ୟୟବହୁଳ ଚିକିତ୍ସା ଖର୍ଚ୍ଚ ତୁଲାଇବା ମଧ୍ୟ ସମ୍ଭବ ହୋଇପାରୁନି। ତେଣୁ ବେଙ୍ଗାଲୁରୁସ୍ଥିତ ଆସ୍ତର ଲିଭର୍‌ କେୟାର ଗ୍ରୁପ୍‌ ରାଜ୍ୟ ସରକାରଙ୍କୁ ଏହି ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ସହଯୋଗ ନିମନ୍ତେ ପ୍ରସ୍ତାବ ଦେଇଛି। ଏନେଇ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସ୍ତର ଲିଭର୍‌ କେୟାର ଗ୍ରୁପ୍‌ ତରଫରୁ ଡା. ସୋନାଲ୍‌ ଆସ୍ଥାନା ଯୋଗଦେଇ ଏହି ସମସ୍ୟାର ନିରାକରଣ ସମ୍ପର୍କରେ ବିଭିନ୍ନ ପ୍ରସ୍ତାବ ଦେଇଥିଲେ। ଲିଭର୍‌ ପ୍ରତିରୋପଣ ନିମନ୍ତେ ଆନୁମାନିକ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିବାବେଳେ ରାଜ୍ୟ ସରକାର ପ୍ରଚଳିତ ଯୋଜନା ମୁତାବକ ରୋଗୀ ପିଛା ୭ ଲକ୍ଷ ୫୦ ହଜାର ଟଙ୍କା ଦେବାକୁ ସମ୍ପୃକ୍ତ ସଂସ୍ଥା ପ୍ରସ୍ତାବ ଦେଇଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ଲିଭର୍‌ ପ୍ରତିରୋପଣକୁ ଏକ ମିଶନ ଭାବେ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଜନସଚେତନତା ସୃଷ୍ଟି, ପାଣ୍ଠି ଯୋଗାଡ଼, ସହଯୋଗକାରୀ ସଂସ୍ଥାଗୁଡ଼ିକ ସହ ସମ୍ପର୍କ ସ୍ଥାପନ ଓ ସରକାରଙ୍କ ସହାୟତା ମାଧ୍ୟମରେ ମିଶନକୁ କିପରି ଆଗେଇ ନେବାକୁ ର୍,େ ସେନେଇ ବୈଠକରେ ଆଲୋଚନା ହୋଇଥିଲା। ରାଜ୍ୟରେ ଲିଭର୍‌ ପ୍ରତିରୋପଣ ନିମନ୍ତେ ଏସ୍‌ସିବି ମେଡିକାଲ୍‌ କଲେଜ ଓ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ଉଚ୍ଚତର ତାଲିମ ଓ ଭିତ୍ତିଭୂମିର ଉନ୍ନତି ନିମନ୍ତେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ଦିନରେ ପ୍ରତିରୋପଣ ସଂକ୍ରାନ୍ତରେ ପ୍ରାଥମିକ ସ୍ତରରେ ବିଭିନ୍ନ ସ୍ଥାନରେ ରୋଗ ନିରୂପଣ କରି ରୋଗୀ ଚିହ୍ନଟ କରିବା ସହ ଆବଶ୍ୟକ ସ୍ଥଳେ ଲିଭର୍‌ ପ୍ରତିରୋପଣ ପାଇଁ ନିଷ୍ପତ୍ତି ଗ୍ରହଣ କରାଯିବ। ପ୍ରତିରୋପଣ ପରବର୍ତ୍ତୀ ସମୟରେ ରୋଗୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ପାଇଁ ମଧ୍ୟ ତାଲିମ ପ୍ରଦାନ କରାଯିବ। ଫଳରେ ରୋଗୀମାନେ ଉପକୃତ ହୋଇପାରିବେ ଓ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ ସହ ସରକାରଙ୍କ ଆଭିମୁଖ୍ୟ ଏବଂ ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି ମନ୍ତ୍ରୀ କହିିଛନ୍ତି। ଏହି ଅବସରରେ ଭୁବନେଶ୍ୱର ଆୟୁର୍ବିଜ୍ଞାନ ସଂସ୍ଥାର ଡା. ମାଧବାନନ୍ଦ କର, ଡିଏମ୍‌ଇଟି ପ୍ରଫେସର ସି.ବି.କେ. ମହାନ୍ତି, ଏସ୍‌ସିବି ମେଡିକାଲ କଲେଜ ଅଧ୍ୟକ୍ଷ, ଅଧୀକ୍ଷକ, ବିଭାଗୀୟ ସ୍ବତନ୍ତ୍ର ସଚିବ ଅଶୋକ କୁମାର ନାୟକ, ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ୍‌ କୁମାର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri