କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ ଭିତ୍ତିଭୂମିର ଅଭାବ ଏକ ମୁଖ୍ୟ କାରଣ ସାଜିଥିବାବେଳେ ବ୍ୟୟବହୁଳ ଚିକିତ୍ସା ଖର୍ଚ୍ଚ ତୁଲାଇବା ମଧ୍ୟ ସମ୍ଭବ ହୋଇପାରୁନି। ତେଣୁ ବେଙ୍ଗାଲୁରୁସ୍ଥିତ ଆସ୍ତର ଲିଭର୍‌ କେୟାର ଗ୍ରୁପ୍‌ ରାଜ୍ୟ ସରକାରଙ୍କୁ ଏହି ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ସହଯୋଗ ନିମନ୍ତେ ପ୍ରସ୍ତାବ ଦେଇଛି। ଏନେଇ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସ୍ତର ଲିଭର୍‌ କେୟାର ଗ୍ରୁପ୍‌ ତରଫରୁ ଡା. ସୋନାଲ୍‌ ଆସ୍ଥାନା ଯୋଗଦେଇ ଏହି ସମସ୍ୟାର ନିରାକରଣ ସମ୍ପର୍କରେ ବିଭିନ୍ନ ପ୍ରସ୍ତାବ ଦେଇଥିଲେ। ଲିଭର୍‌ ପ୍ରତିରୋପଣ ନିମନ୍ତେ ଆନୁମାନିକ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିବାବେଳେ ରାଜ୍ୟ ସରକାର ପ୍ରଚଳିତ ଯୋଜନା ମୁତାବକ ରୋଗୀ ପିଛା ୭ ଲକ୍ଷ ୫୦ ହଜାର ଟଙ୍କା ଦେବାକୁ ସମ୍ପୃକ୍ତ ସଂସ୍ଥା ପ୍ରସ୍ତାବ ଦେଇଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ଲିଭର୍‌ ପ୍ରତିରୋପଣକୁ ଏକ ମିଶନ ଭାବେ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଜନସଚେତନତା ସୃଷ୍ଟି, ପାଣ୍ଠି ଯୋଗାଡ଼, ସହଯୋଗକାରୀ ସଂସ୍ଥାଗୁଡ଼ିକ ସହ ସମ୍ପର୍କ ସ୍ଥାପନ ଓ ସରକାରଙ୍କ ସହାୟତା ମାଧ୍ୟମରେ ମିଶନକୁ କିପରି ଆଗେଇ ନେବାକୁ ର୍,େ ସେନେଇ ବୈଠକରେ ଆଲୋଚନା ହୋଇଥିଲା। ରାଜ୍ୟରେ ଲିଭର୍‌ ପ୍ରତିରୋପଣ ନିମନ୍ତେ ଏସ୍‌ସିବି ମେଡିକାଲ୍‌ କଲେଜ ଓ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ଉଚ୍ଚତର ତାଲିମ ଓ ଭିତ୍ତିଭୂମିର ଉନ୍ନତି ନିମନ୍ତେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ଦିନରେ ପ୍ରତିରୋପଣ ସଂକ୍ରାନ୍ତରେ ପ୍ରାଥମିକ ସ୍ତରରେ ବିଭିନ୍ନ ସ୍ଥାନରେ ରୋଗ ନିରୂପଣ କରି ରୋଗୀ ଚିହ୍ନଟ କରିବା ସହ ଆବଶ୍ୟକ ସ୍ଥଳେ ଲିଭର୍‌ ପ୍ରତିରୋପଣ ପାଇଁ ନିଷ୍ପତ୍ତି ଗ୍ରହଣ କରାଯିବ। ପ୍ରତିରୋପଣ ପରବର୍ତ୍ତୀ ସମୟରେ ରୋଗୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ପାଇଁ ମଧ୍ୟ ତାଲିମ ପ୍ରଦାନ କରାଯିବ। ଫଳରେ ରୋଗୀମାନେ ଉପକୃତ ହୋଇପାରିବେ ଓ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ ସହ ସରକାରଙ୍କ ଆଭିମୁଖ୍ୟ ଏବଂ ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି ମନ୍ତ୍ରୀ କହିିଛନ୍ତି। ଏହି ଅବସରରେ ଭୁବନେଶ୍ୱର ଆୟୁର୍ବିଜ୍ଞାନ ସଂସ୍ଥାର ଡା. ମାଧବାନନ୍ଦ କର, ଡିଏମ୍‌ଇଟି ପ୍ରଫେସର ସି.ବି.କେ. ମହାନ୍ତି, ଏସ୍‌ସିବି ମେଡିକାଲ କଲେଜ ଅଧ୍ୟକ୍ଷ, ଅଧୀକ୍ଷକ, ବିଭାଗୀୟ ସ୍ବତନ୍ତ୍ର ସଚିବ ଅଶୋକ କୁମାର ନାୟକ, ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ୍‌ କୁମାର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଭୁବନେଶ୍ୱର,୩।୫: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri