କମିଲା ବସ୍‌ ଭଡ଼ା: କିଲୋମିଟର ପିଛା ୧ ଓ ୨ ପଇସା

ଭୁବନେଶ୍ୱର,୨।୨(ବ୍ୟୁରୋ): ତୈଳ ଦର ହ୍ରାସ ପାଇବା ଯୋଗୁ ରାଜ୍ୟରେ ବସ୍‌ ଭଡା କମିଛି। ଏ ନେଇ ଶନିବାର ରାଜ୍ୟ ପରିବହନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତୈଳ ଦର ହ୍ରାସ ପାଇଥିବାରୁ ସ୍ବୟଂକ୍ରିୟ ବ୍ୟବସ୍ଥା (ଅଟୋମେଶନ ସିଷ୍ଟମ୍‌) ଅନୁଯାୟୀ ରାଜ୍ୟରେ ବସ୍‌ ଭଡା ହ୍ରାସ ପାଇଛି। କିଲୋମିଟରକୁ ଯଥାକ୍ରମେ ୧ ଓ ୨ ପଇସା କମିଛିି । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡା କିଲୋମିଟର ପିଛା ୧ ପଇସା ଲେଖାଏ ହ୍ରାସ ପାଇଥିବା ବେଳେ ଡିଲକ୍ସ ଓ ଏସି ଡିଲକ୍ସ ବସ କିଲୋମିଟରକୁ ୨ ପଇସା ହ୍ରାସ ପାଇଛି। ଏଥିଯୋଗୁ ସାଧାରଣ ବସ୍‌ ଭଡା କିଲୋମିଟର ପିଛା ୭୦ ପଇସାରୁ ୬୯ ପଇସାକୁ ହ୍ରାସ ହୋଇଥିବା ବେଳେ ଏକ୍ସପ୍ରେସ ୭୩ରୁ ୭୨, ଡିଲକ୍ସ ବସ କିଲୋମିଟର ପିଛା ୧ଟଙ୍କା ୧ ପଇସାରୁ ୯୯ ପଇସା ଏବଂ ଏସି ଡିଲକ୍ସ ବସ କିଲୋମିଟର ପିଛା ୧ଟଙ୍କା ୨୩ ପଇସାରୁ ୧ ଟଙ୍କା ୨୧ ପଇସାକୁ ହ୍ରାସ ପାଇଛି।

ଏଠାରେ ସୂଚନାଯୋଗ୍ୟ ଯେ ବସ୍‌ ଭଡା ବୃଦ୍ଧି ଓ ହ୍ରାସ ପାଇଁ ରାଜ୍ୟ ସରକାର ଅଟୋମେଶନ ବା ସ୍ବୟଂକ୍ରିୟ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଡିଜେଲ ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି ହେଲେ କିଲୋମିଟରକୁ ଭଡା ୧ ଓ ୨ ପଇସା ବଢିବ। ସେହି ଆଧାରରେ ବସ୍‌ ଭଡା ବୃଦ୍ଧି ଓ ହ୍ରାସ ହୋଇ ଆସୁଛି। ବସ୍‌ ଭଡା କମିଥିବାରୁ ଯାତ୍ରୀମାନେ ଆଶ୍ୱସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ଏନ୍‌ଲିନୋ ପାଇଁ ସତର୍କ କଲେ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟରେ ବନ୍ୟା ପ୍ରକୋପ ହ୍ରାସ ପାଇଥିବା ସର୍ବୋଚ୍ଚ ଯନ୍ତ୍ରୀ ସୋମବାର ପ୍ରକାଶ କରିଛନ୍ତି। ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ।…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri