ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସ ନ୍ୟାୟ ଦେବାରେ ଅବହେଳା ପ୍ରଦର୍ଶନ କରିବା ଓ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ଜଣକ ମଙ୍ଗଳବାର କେମିକାଲଯୁକ୍ତ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ ପୋଲିସ କର୍ମଚାରୀ ମହିଳାଙ୍କୁ କାବୁ କରିଥିଲେ। ଏଥିସହ ପୋଲସ କମିଶନରଙ୍କୁ ଭେଟିବା ପରେ ଖୁବ୍ଶୀଘ୍ର ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନର ପ୍ରତିଶ୍ରୁତି ଦେଇଥିଲେ। ପୋଲିସ ସୂଚନା ମୁତାବକ, ମଣ୍ଡପବସ୍ତିରେ ୧୦ବର୍ଷ ହେବ ପ୍ରଣତି ବେହେରା ସପରିବାର ରହୁଥିଲେ। ୨୦୧୮ରୁ ବିଡିଏ ପ୍ଲଟ ନଂ. ୧୪୧ରେ ରହୁଥିଲେ। ଗତ ୭ ତାରିଖ ରାତିରେ ୫ରୁ ୬ ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ପାଣି ପାଇପ ଲାଇନ ଏବଂ ବିଦ୍ୟୁତ୍ ତାର ସଂଯୋଗକୁ କାଟି ଦେଇଥିଲେ। ଅନ୍ଧାର ଭିତରେ ତାଙ୍କ ସହ ସ୍ବାମୀଙ୍କୁ ଟଣାଓଟରା କରି ଚେନ ଛଡାଇ ନେଇଥିଲେ। ଜଣେ ଯୁବକ ମୁଣ୍ଡରେ ପିସ୍ତଲ ଲଗାଇ ମାରି ଦେବାକୁ ଧମକ ଦେଇଥିଲେ। ରାତି ୧୧ଟାରେ ପିସିଆର ଭ୍ୟାନ ପହଞ୍ଚତ୍ବା ପରେ ମଧ୍ୟ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରାଯାଇଥିଲା। ଏହାସତ୍ତ୍ୱେ କୌଣସି ନ୍ୟାୟ ନ ମିଳିବାରୁ ବାଧ୍ୟ ହୋଇ ଏପରି ଉଦ୍ୟମ କରିଥିବା ଜଣାପଡିଛି।
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’
ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…
ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...
ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା
ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...
ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...
ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…
ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...
ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ
ଭୁବନେଶ୍ୱର,୧୬।୧୨: ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ...
Archives


