କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ ସହରର ବିଭିନ୍ନ ଜୋନ୍‌ ଏସିପି ଓ ଥାନା ଅଧିକାରୀ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା ପରିସ୍ଥିତି ସହ ଅପରାଧ ନିୟନ୍ତ୍ରଣ ଓ ଅପରାଧୀଙ୍କୁ କିପରି ସାବାଡ୍‌ କରାଯିବ ତାହା ଉପରେ ଆଲୋଚନା କରାଯାଇଥିଲା। ଏଣିକି ବାରମ୍ବାର ବିଶୃଙ୍ଖଳା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ଆଉ ବରଦାସ୍ତ କରାଯିବ ନାହିଁ। ସେମାନଙ୍କ ଅପରାଧ ରେକର୍ଡ ଯାଞ୍ଚ କରିବା ପରେ ଏନ୍‌ଏସ୍‌ଏରେ ବୁକ୍‌ କରାଯାଇ ଜେଲ୍‌ ପଠାଇବାକୁ ଉପସ୍ଥିତ ଥାନାଧିକାରୀଙ୍କୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଥିଲେ।
ସେହିଭଳି ଯେଉଁମାନଙ୍କ ନାମରେ ଏକାଧିକ ମାମଲା ରହିଛି ଓ ଜେଲରୁ ବାହାରି ପୁଣି ଅପରାଧ ଘଟାଉଛନ୍ତି, ୧୧୦ ଲଗାଇ ସେମାନଙ୍କୁ କୋର୍ଟଚାଲାଣ କରିବାକୁ ମଧ୍ୟ କୁହାଯାଇଛି। ମୋବାଇଲ ଫୋନ୍‌, ବାଇକ ଓ ସିନ୍ଧି ଚୋରି ରୋକିବା ସହ ତଦନ୍ତ ତରିକା ବଦଳାଇ କିପରି ଅପରାଧୀଙ୍କୁ ଗିରଫ କରିହେବ ସେନେଇ ଆଲୋଚନା କରିଥିଲେ। ଏକାଧିକ ଥାନାରେ ପୁରୁଣା ମାମଲା ପଡିରହିଛି। ଫେରାର ଅପରାଧୀଙ୍କୁ ଧରି ଏସବୁ ମାମଲାକୁ ବନ୍ଦ କରିବାକୁ କୁହାଯାଇଛି। ବିଗତ କିଛିବର୍ଷ ହେବ କମିଶନରେଟ ପୋଲିସରେ ଦଣ୍ଡ ହାର କମ୍‌ ରହିଛି। ତେଣୁ ଅପରାଧୀଙ୍କ ବିରୋଧରେ ଉପଯୁକ୍ତ ପ୍ରମାଣ ଯୋଗାଡ଼ କରିବାକୁ ପରାମର୍ଶ ଦିଆଯାଇଛି। ଏବେ ଏକାଧିକ ଥାନାରେ ଅପମୃତ୍ୟୁ ମାମଲା ସଂଖ୍ୟା ବଢିବାରେ ଲାଗିଛି। ଶୀଘ୍ର ମେଡିକାଲ ରିପୋର୍ଟ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଆଣିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। କଟକ ମଙ୍ଗଳାବାଗ ଥାନାରେ ଅପମୃତ୍ୟୁ ମାମଲା ସଂଖ୍ୟା ବଢିଥିବାରୁ ତୁରନ୍ତ ଏହାକୁ ଶେଷ କରିବାକୁ କମିଶନର ଥାନାଧିକାରୀଙ୍କୁ କହିଛନ୍ତି। ଥାନାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ଦେଖାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଯେଉଁମାନଙ୍କ ବିରୋଧରେ ଅଭିଯୋଗ ଆସିବ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଷଡ଼ଙ୍ଗୀ ସତର୍କ କରାଇଛନ୍ତି। ‘ମୋ ସରକାର’ କାର୍ଯ୍ୟକ୍ରମରେ କମିଶନରେଟ ପୋଲିସର ୩ ଥାନା ଅଧିକାରୀଙ୍କ କାର୍ଯ୍ୟ ସମ୍ପାଦନ ବା ପ୍ରଦର୍ଶନ ଭଲ ନ ଥିବାରୁ କମିଶନର ସେମାନଙ୍କୁ ତାଗିଦ କରିଥିଲେ। ଏହାସହ ଥାନା ଅଞ୍ଚଳରେ ଅନ୍ଧାରୁଆ ସ୍ଥାନଗୁଡ଼ିକରେ ପାଟ୍ରୋଲିଂ କଡାକଡି କରାଯିବା ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri