କମିଶନରେଟ ପୋଲିସର ନୂଆ କଟକଣା: ନିୟମ ନ ମାନିଲେ ଦୋକାନୀ, ଗ୍ରାହକ ଗଣିବେ ୫ଶହ ଜରିମାନା

ଭୁବନେଶ୍ୱର,୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ କଟକ ଓ ଭୁବନେଶ୍ୱରରେ କେତେକ ନିର୍ଦ୍ଦିଷ୍ଟ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଦୋକାନଗୁଡିକରେ ସାମାଜିକ ଦୂରତ୍ୱ ବଜାୟ ସହ ଅନ୍ୟସବୁ ନିୟମ ପାଳନ ଉପରେ ଗୁରୁତ୍ୱ ଦେଇ ଗୁରୁବାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି କମିଶନରେଟ ପୋଲିସ। ଦୋକାନୀ ଓ ଗ୍ରାହକ ନିୟମ ପାଳନ ନ କଲେ ସହରାଞ୍ଚଳ ଆଇନର ଧାରା ୯୬(ଡି) ଅନୁସାରେ ୫ଶହ ଟଙ୍କା ଜରିମାନା କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ତେବେ ଜରିମାନା ଆଦାୟ ପାଇଁ ଥାନା ଏଏସ୍‌ଆଇମାନଙ୍କୁ ମଧ୍ୟ କ୍ଷମତା ଦିଆଯାଇଛି। ଏହି ନୂଆ ଅଧିନିୟମ ଶୁକ୍ରବାରଠାରୁ ୬୦ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ପୋଲିସ କମିଶନର କହିଛନ୍ତି।
ନୂଆ କଟକଣା ଅନୁସାରେ, ବିଏମ୍‌ସି ଓ ସିଏମ୍‌ସି ଦ୍ୱାରା ଅନୁମତି ମିଳି ନ ଥିବା ଦୋକାନ ଖୋଲିବ ନାହିଁ। ଦୋକାନକୁ ଆସୁଥିବା ଗ୍ରାହକଙ୍କ ମଧ୍ୟରେ ଦୂରତା ୨ ମିଟର ବା ୬ ଫୁଟ ରହିବ। ଗ୍ରାହକମାନେ ଦୋକାନ ପରିସରରେ ଧାଡିରେ ଥିବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। କୌଣସି ବ୍ୟକ୍ତି ବଜାର ଅଞ୍ଚଳକୁ ଗୁଟ୍‌ଖା,ପାନ ଇତ୍ୟାଦି ପାଟିରେ ରଖି ଯିବେ ନାହିଁ କି ବାହାରେ ଛେପ ପକାଇବେ ନାହିଁ। ସେହିଭଳି ସବୁ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନର ମାଲିକମାନେ ନିଜ ଦୋକାନ ପରିସର ଓ ଆଖପାଖ ଅଞ୍ଚଳରେ ସାମାଜିକ ବ୍ୟବଧାନ ପାଇଁ ପଦେକ୍ଷପ ନେବେ। ଦୋକାନ ପାଇଁ ଦିଆଯାଇଥିବା ସମୟ ନିର୍ଘଣ୍ଟକୁ କଡାକଡି ପାଳନ କରିବେ। ଗ୍ରାହକମାନେ କିଣାକିଣି ସମୟରେ ସାମାଜିକ ବ୍ୟବଧାନ ଓ ଶୃଙ୍ଖଳା ରକ୍ଷା ନ କଲେ କିମ୍ବା କଥା ନ ମାନିଲେ, ଦୋକାନୀ ତୁରନ୍ତ ୧୦୦କୁ ଫୋନ୍‌ କରି ଜଣାଇବେ। ନଚେତ ଦୋକାନୀ ବି ଦଣ୍ଡିତ ହେବେ। ସବୁ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନର ମାଲିକ, କର୍ମଚାରୀ ସର୍ବଦା ମାସ୍କ ପରିଧାନ କରିବେ। ମାସ୍କ ପିନ୍ଧି ନ ଥିବା ଗ୍ରାହକଙ୍କୁ ଦୋକାନ ଭିତରେ ପଶିବାକୁ ଦେବେ ନାହିଁ। ହାତ ଧୋଇବା ଓ ସାନିଟାଇଜର ବ୍ୟବସ୍ଥା କରିବେ। ଏହିସବୁ ନିୟମକୁ ଗ୍ରାହକ ଓ ଦୋକାନୀ ପାଳନ ନ କଲେ ଜରିମାନା କରାଯିବ ବୋଲି ପୋଲିସ କମିଶନର ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri