Posted inରାଜ୍ୟ

କମୁଛି ସବୁ ନଦୀ ଜଳସ୍ତର, ଆଜି ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା କମିଥିବାରୁ ଏବେ ରାଜ୍ୟରେ ବଡ଼ ବନ୍ୟାର ଭୟ ଟଳିଯାଇଛି। ମହାନଦୀ ସମେତ ପ୍ରାୟ ସମସ୍ତ ନଦୀରେ ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ଡେପୁଟି ଏସ୍‌ଆର୍‌ସି ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ପର୍ଯ୍ୟାୟକ୍ରମେ ହୀରାକୁଦର ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ଅନ୍ୟପକ୍ଷରେ ବିଭିନ୍ନ ଆଡୁ ବର୍ଷାପାଣି ମହାନଦୀକୁ ପ୍ରବେଶ କରିଥିଲା। ଫଳରେ ମହାନଦୀ ସମେତ ଅନ୍ୟ କେତେକ ନଦୀରେ ବନ୍ୟା ଆସିଥିଲା। ବର୍ତ୍ତମାନ ହୀରାକୁଦରେ ୫ ଗେଟ୍‌ ଖୋଲା ରହିଛି। ସ୍ଥିତିକୁ ଲକ୍ଷ୍ୟ କରି ସେସବୁକୁ ମଧ୍ୟ ବନ୍ଦ କରାଯିବ ବୋଲି ମହାପାତ୍ର କହିଛନ୍ତି।

ମିଳିଥିବା ସୂଚନାନୁସାରେ, ବନ୍ୟା ପାଣିରେ ବୁଡିଥିବା ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ପୁରୀ ଜିଲାର କେତେକ ତଳିଆ ଅଞ୍ଚଳରୁ ପାଣି ଖସିବାରେ ଲାଗିଛି। ପୁରୀରେ ୪୦, ଖୋର୍ଦ୍ଧାରେ ୪୮, କଟକରେ ୫୫୦ ଲୋକଙ୍କୁ ରିଲିଫ୍‌ କ୍ୟାମ୍ପରେ ରଖାଯାଇଛି। ଅଧିକ ପ୍ରଭାବିତ ବଲାଙ୍ଗୀର ଜିଲାର ୫୬ କ୍ୟାମ୍ପରେ ୧୯ହଜାର ଲୋକ, ସୁବର୍ଣ୍ଣପୁର ଜିଲାର ୨୪ କ୍ୟାମ୍ପରେ ୩ ହଜାର ୯୦୦ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଆସନ୍ତା ସାତ ଦିନ ଭିତରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ବର୍ଷା ହେଲେ ମଧ୍ୟ ତାହା ଏତେ ବିପଦଜନକ ହେବନି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରବିବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ରବିବାର ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ଝଡ଼ତୋଫାନ ହେବା ସହ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri