କମ୍ପାନୀ ବିରୋଧରେ ଚାଲିଥିଲା ଅନଶନ: ୬୫ ଦିନରେ ଅନଶନକାରୀଙ୍କୁ ଉଠାଇଲା ପୋଲିସ

ଚମ୍ପୁଆ, ୨୧।୮(ଡି.ଏନ.ଏ)- ଦୀର୍ଘ ୬୫ଦିନରେ ପହଞ୍ଚିଥିବା ବଡକାଳିମାଟି ବାସୀଙ୍କ ଅନଶନକୁ ପୋଲିସ ମଙ୍ଗଳବାର ନାକାମ କରିବା ସହିତ ଅନଶନକାରୀଙ୍କୁ ଅନଶନସ୍ଥଳରୁ ଉଠାଇ ଘରକୁ ପଠାଇଦେଇଥିବା ଜଣାଯାଇଛି। ଚମ୍ପୁଆ ଏସଡିପିଓ ହରିହର ପାଣିଙ୍କ ତତ୍ତ୍ୱାବଧାନରେ ଅଇଆଇସି ମନୋରଞ୍ଜନ ପ୍ରଧାନ, ସବଇନ୍ସପେକ୍ଟର ପଦ୍ମାବତୀ କପାଟ, ସରୂପ ନାଏକ ପ୍ରମୁଖ ଏକ ପ୍ଲାଟୁନ ଫୋର୍ସ ଦ୍ୱାରା ଅନଶନକାରୀଙ୍କୁ ଉଠାଯାଇଥିଲା। ପୋଲିସ ଭ୍ୟାନରେ ଅନଶନକାରୀଙ୍କୁ ବସାଇ ବଡକାଳିମାଟିଠାରେ ଛଡାଯିବ ବୋଲି ଏସଡିପିଓ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ଏସଆର କମ୍ପାନି ପ୍ରତିଷ୍ଠା ହେବା ସମୟରେ ସ୍ଥାନୀୟ ଅଞ୍ଚଳରେ ଜନସାଧାରଣଙ୍କ ନିମିତ ରାସ୍ତାଘାଟ, ପାନୀୟଜଳ, ଆଲୋକ ଓ ନିୟୁକ୍ତି ଆଦି ପ୍ରଦାନ କରିବାର ଦେଇଥିବା ପ୍ରତିଶ୍ରୁତି ପାଳନ କରୁ ନ ଥିବା ଅଭିଯୋଗ କରି ବଡକାଳିମାଟି ଗ୍ରାମବାସୀ ଜୁନ ୧୭ ମଧ୍ୟରାତ୍ରରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ମାତ୍ର ଚମ୍ପୁଆ ପୋଲିସ ଉକ୍ତ ସ୍ଥାନରେ୧୪୪ ଧାରା ଜାରିକରି ଅନଶନକାରୀଙ୍କୁ ସେଠାରୁ ଉଠାଇ ଚମ୍ପୁଆ ବସଷ୍ଟାଣ୍ଡ ନିକଟରେ ଛାଡି ଦେଇଥିଲେ । ହେଲେ ନିଜ ଜିଦରେ ଅଟଳ ଗ୍ରାମବାସୀ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଅନଶନ ଜାରି ରଖିବେ ବୋଲି ପ୍ରକାଶ କରି ବସଷ୍ଟାଣ୍ଡ ନିକଟ ଜାତୀୟ ରାଜପଥ କଡରେ ବସିରହିଥିଲେ। ମଙ୍ଗଳବାର ୧୨ଟାରେ ଚମ୍ପୁଆ ପୋଲିସ ଅନଶନକାରୀଙ୍କୁ ଉଠାଇବା ସହ ଅନଶନସ୍ଥଳକୁ ଭାଙ୍ଗିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

ଘୁମୁସର ବନଖଣ୍ଡରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ: ରାସ୍ତାକଡ଼ରେ ଭକ୍ତିମୟ ପରିବେଶ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରୁ ପୁରୀ ଅଭିମୁଖେ ୧୬ ଖଣ୍ଡ ଫାଶୀ କାଠ ଯାଇଛି। ଉକ୍ତ ସମସ୍ତ କାଠ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri