କମ୍‌ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ

ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍‌ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି ା ବନ୍ଦ ହୋଇଥିବା ୨ଟି ପ୍ରାଥମିକ ବିଦ୍ୟାଳୟ ହେଉଛି ଛାମୁଣ୍ଡିଆ ପଞ୍ଚାୟତର କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଓ ବଡସିଲିଙ୍ଗା ପଞ୍ଚାୟତର ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ା
ଶିକ୍ଷା ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଶିକ୍ଷା ବର୍ଷରେ କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟରେ ୯ଜଣ ଓ ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ୧୦ଜଣ ଛାତ୍ରୀଛାତ୍ର ପାଠ ପଢୁଥିଲେ। ସରକାରଙ୍କ ଶିକ୍ଷା ବିଭାଗର ନିୟମାନୁଯାୟୀ ୧୦ କିମ୍ବା ୧୦ରୁ କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକ ବନ୍ଦ କରାଯାଇ ନିକଟସ୍ଥ ସ୍କୁଲଗୁଡିକରେ ସାମିଲ କରାଯିବ ା ଫଳରେ ଏହି ୨ଟି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକଙ୍କୁ ନିକଟସ୍ଥ ବିଦ୍ୟାଳୟରେ ସାମିଲ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ା ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଗୋଛାବାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ଓ କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଛାମୁଣ୍ଡିଆ କେ.ବି. ନୋଡାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ସାମିଲ ହୋଇଥିବା ଜଣାପଡିଛି ା ବନ୍ଦ ହୋଇଥିବା ସ୍କୁଲଗୁଡିକ ଠାରୁ ସାମିଲ ହୋଇଥିବା ବିଦ୍ୟାଳୟର ଦୂରତା ୧କିଲୋମିଟରରୁ ଅଧିକ ହୋଇଥିଲେ ସଂପୃକ୍ତ ଛାତ୍ରୀଛାତ୍ରଙ୍କୁ ଯାତାୟାତ ବାବଦକୁ ବାର୍ଷିକ ୬ହଜାର ଟଙ୍କା ସରକାରଙ୍କ ତରଫରୁ ପ୍ରଦାନ କରାଯାଉଛି ବୋଲି କହିଥିଲେ ା ତେବେ ଗତ ୨୦୧୭ – ୧୮ ଶିକ୍ଷା ବର୍ଷରେ କମ୍‌ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତର କୁତୁରୀ, ବଡମୂଳ, ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେକେଟାପଲ୍ଲୀ, ସେନେପେରୀ ଓ ଆଡକଟା ପଞ୍ଚାୟତର ତାମରଝୋଲା ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri