Posted inଜାତୀୟ

କରତାରପୁର କରିଡର ଯିବାକୁ ହେଲେ ସିଦ୍ଧୁଙ୍କୁ ନେବାକୁ ପଡିବ ଅନୁମତି: ରବିଶ କୁମାର

ନୂଆଦିଲ୍ଲୀ,୩୧।୧୦: କରତାରପୁର କରିଡର ଆସନ୍ତା ମାସରେ ଖୋଲା ଯିବାର ଯୋଜନା ରହିଛି। ଏହାକୁ ନେଇ ପାକିସ୍ତାନ ଯେଉଁ ନିୟମ ରଖିଛି ତାକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର ଗୁରୁବାର କିଛି ସୂଚନା ଦେଇଛନ୍ତି। ସେ କହିଛନ୍ତି କରତାରପୁର କରିଡରକୁ ନେଇ ଏମ୍‌ଓୟୁ ସାଇନ୍‌ କରାଯାଇଥିଲା। ଏହାପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ଓ୍ବେବ ସାଇଟ୍‌ ଲଞ୍ଚ କରିଥିଲା। ପ୍ରଥମ ଦିନ ଯେଉଁ ଯାତ୍ରୀ ଯିବେ ତା’ର ଏକ ତାଲିକା ପାକିସ୍ତାନକୁ ଦିଆଯାଇଛି। ଯାହାର ଉତ୍ତର ପାକିସ୍ତାନ ଦେବାକୁ ବାକି ଅଛି। ତେବେ କରତାରପୁର କରିଡରର ଉଦ୍‌ଘାଟନ ଅଲଗା ଅଲଗା ହେବ ଯାହା ଉପରେ ଏବେ ଆଲୋଚନା ଚାଲିଛି। ଏବେ ଯାହା ସ୍ଥିତି ଅଛି ତାକୁ ସବୁ ଭାରତୀୟ ମାନିବାକୁ ପଡିବ ବୋଲି ସେ କହିଛନ୍ତି। ଯିଏ କରତାରପୁର କରିଡର ଯାତ୍ରା କରୁଛନ୍ତି ସେମାନେ ୨ଟି ବିଷୟ ଉପରେ ଧ୍ୟାନ ଦେବା ଉଚିତ୍‌ କି ସେମାନେ ଆଉ ଏକ ଦେଶ ଯାତ୍ରା କରୁଛନ୍ତି, ଏଥିପାଇଁ ପଲଟିକାଲ କ୍ଲିୟରାନ୍ସ ଦରକାର। ଏଥିରୁ ସ୍ପଷ୍ଟ ହୋଇଛି କି ଏବେ ସିଦ୍ଧୁଙ୍କୁ କରତାରପୁର ଗସ୍ତ କରିବାକୁ ଅନୁମତି ନେବାକୁ ପଡିବ। ଏଥିରେ କିଛି ଆଶ୍ଚର୍ଯ୍ୟ ହେବାର ନାହିଁ ବୋଲି ରବିଶ କୁମାର କରିଛନ୍ତି। ସୂଚନାଯୋଗ୍ୟ, କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବାକୁ କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କୁ ନିମନ୍ତ୍ରଣ ମିଳିଥିବା ବେଳେ ସେ ଏହାକୁ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri