କରତାରପୁର କରିଡର: ଭାରତ-ପାକିସ୍ତାନ ମଧ୍ୟରେ କଥାବାର୍ତ୍ତାକୁ ସ୍ବାଗତ କଲା ଆମେରିକା

ଓ୍ବାଶିଂଟନ, ୧୭।୭: କରତାରପୁର କରିଡରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ହୋଇଛି। ଉଭୟ ଦେଶ ମଧ୍ୟରେ ହୋଇଥିବା ଚୁକ୍ତି ମୁତାବକ ଭାରତର ୮୦ ପ୍ରତିଶତ ପ୍ରସ୍ତାବକୁ ପାକିସ୍ତାନ ଗ୍ରହଣ କରିଛି। ଉଭୟ ଦେଶ ମଧ୍ୟରେ ଏହି ସଫଳ କଥାବାର୍ତ୍ତାକୁ ସ୍ବାଗତ କରିଛି ଆମେରିକା। ଏହା ଏକ ସକରାତ୍ମକ ପଦକ୍ଷେପ ବୋଲି ଏକ ରିପୋର୍ଟରେ ଆମେରିକା କହିଛି। ସୂଚନାଯୋଗ୍ୟ, ବର୍ଷ ତମାମ କରତାରପୁର ଯିବା ପାଇଁ ଭାରତୀୟ ଶିଖଙ୍କୁ ଭିସାମୁକ୍ତ ଯାତାୟତ ନିମନ୍ତେ ଅନୁମତି ଦେବାକୁ ଭାରତର ଦାବିକୁ ପାକିସ୍ତାନ ଗ୍ରହଣ କରିଛି। ଦୁଇ ଦେଶର ଅଧିକାରୀଙ୍କ ମଧ୍ୟରେ ୱାଘା ସୀମାରେ ବେଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଭାରତର ପ୍ରମୁଖ ଦାବିକୁ ପାକିସ୍ତାନ ଗ୍ରହଣ କରିଥିବାରୁ ଏବେ କରିଡର କାର୍ଯ୍ୟ ବରାନ୍ବିତ ହୋଇପାରିବ। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ନଭେମ୍ବର ୨୦୧୯ ପର୍ଯ୍ୟନ୍ତ ଏହି କରିଡର ବ୍ୟବହାର ହେବ। ୮୦ ପ୍ରତିଶତ ପ୍ରସ୍ତାବ ନେଇ ଉଭୟ ଦେଶ ସହମତି ପ୍ରକାଶ କରିଥିବାରୁ ଅନ୍ୟ ୨୦ ପ୍ରତିଶତ ପ୍ରସ୍ତାବ ମଧ୍ୟ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ ହୋଇପାରିବ ବୋଲି କୁହାଯାଇଛି। ପ୍ରତିଦିନ ଭାରତରୁ ୫ ହଜାର ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ସୁଯୋଗ ଦେବାକୁ ଭାରତ ଦାବି କରିଥିବାବେଳେ ସ୍ବତନ୍ତ୍ର ଉତ୍ସବ ସମୟରେ ଏହି ସଂଖ୍ୟା ୧୦ ହଜାର ପର୍ଯ୍ୟନ୍ତ ବୃଦ୍ଧି କରିବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri