Posted inଜାତୀୟ

କରମବୀର ସିଂହ ହେଲେ ନୌସେନା ମୁଖ୍ୟ: କହିଲେ, ଭାରତୀୟ ସେନା ହେବ ଆହୁରି ଶକ୍ତିଶାଳୀ

ନୂଆଦିଲ୍ଲୀ, ୩୧।୫: ଆଡମିରାଲ କରମବୀର ସିଂହ ଭାରତୀୟ ନୌସେନାର ୨୪ତମ ମୁଖ୍ୟ ଭାବେ ଦାୟିତ୍ୱ ନେଇଛନ୍ତି। ଆଡମିରାଲ ସୁନୀଲ ଲାମ୍ବାଙ୍କ ସ୍ଥାନ ନେଇଛନ୍ତି କରମବୀର। ମେ ୩୧ରେ ଲାମ୍ବା ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନରେ କରମବୀରଙ୍କୁ ନିଯୁକ୍ତି ଦେଇଥିଲେ କେନ୍ଦ୍ର ସରକାର। ଶୁକ୍ରବାର ଦାୟିତ୍ୱ ଭାର ସମ୍ଭାଳିବା ପରେ ସେ କହିଛନ୍ତି, ଆଗାମୀ ଦିନରେ ନୌସେନାକୁ ଆହୁରି ଶକ୍ତିଶାଳୀ କରିବା ପ୍ରାଥମିକ ଲକ୍ଷ୍ୟ ହେବ।
ସୂଚନାଯୋଗ୍ୟ, କରମବୀର ସିଂହ ପୁଣେସ୍ଥିତ ଜାତୀୟ ପ୍ରତିରକ୍ଷା ଏକାଡେମୀ, ୱେଲିଂଟନର ଡିଫେନ୍ସ ସର୍ଭିସ ଷ୍ଟାଫ କଲେଜ ଏବଂ ମୁମ୍ବଇସ୍ଥିତ କଲେଜ ଅଫ ନାଭାଲ ୱାରଫେୟାରର ପୂର୍ବତନ ଛାତ୍ର। ୧୯୮୦ ଜୁଲାଇରେ ସେ ଭାରତୀୟ ନୌସେନାରେ ଯୋଗ ଦେଇଥିଲେ। ୧୯୮୨ରେ ସେ ଜଣେ ହେଲିକପ୍ଟର ପାଇଲଟ ଭାବେ କାର୍ଯ୍ୟାରମ୍ଭ କରିଥିଲେ। ହାଲ ନିର୍ମିତ ଚେତକ ଏବଂ କାମୋଭ କା-୨୫ ହେଲିକପ୍ଟର ଉଡାଇବାରେ ତାଙ୍କର ବ୍ୟାପକ ଅଭିଜ୍ଞତା ରହିଛି। ଆଇସିଜିଏସ ଚାନ୍ଦ ବିବି, ଆଇଏନଏସ ବିଜୟଦୁର୍ଗା, ଆଇଏନଏସ ରାଣା ଏବଂ ଆଇଏନଏସ ଦିଲ୍ଲୀ ଭଳି ବିଭିନ୍ନ ଅତ୍ୟାଧୁନିକ ଜାହାଜର ସେ କମାଣ୍ଡ ନେଇଛନ୍ତି। ୩୭ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସିଂହଙ୍କୁ ଅତି ବିଶିଷ୍ଟ ସେବା ମେଡାଲ ଏବଂ ପରମ ବିଶିଷ୍ଟ ସେବା ମେଡାଲ (୨୦୧୮)ରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri