Posted inଖେଳ

କରିନା ଉନ୍ମୋଚନ କଲେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟ୍ରଫି

ନୂଆଦିଲ୍ଲୀ,୨।୧୧- ବଲିଉଡ୍‌ ଅଭିନେତ୍ରୀ କରିନା କାପୁର ଖାଁ ଶୁକ୍ରବାର ମେଲବୋର୍ନଠାରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟ୍ରଫି ଉନ୍ମୋଚନ କରିଛନ୍ତି। ଏ ନେଇ ଟି୨୦ ବିଶ୍ୱକପ୍‌ ପକ୍ଷରୁ ଟୁଇଟ୍‌ କରାଯାଇଛି। ମହିଳା ଟି୨୦ ବିଶ୍ୱକପ୍‌ ଆସନ୍ତା ବର୍ଷ ଫେବୃୟାରୀ ୨୧ ତାରିଖରୁ ଆରମ୍ଭ ହେବ। ସ୍କଟଲାଣ୍ଡରେ ଅନୁଷ୍ଠିତ ଯୋଗ୍ୟତା ପର୍ଯ୍ୟାୟରେ ବାଂଲାଦେଶ ଚାମ୍ପିୟନ ହୋଇଥିଲା। ଫଳରେ ବାଂଲାଦେଶ ଦଳ ଗ୍ରୁପ୍‌ ଏ’ରେ ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ, ଭାରତ, ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ସହ ସ୍ଥାନ ପାଇଛି। ୧୨ ବର୍ଷ ତଳେ ଅନ୍ତିମ ମହିଳା ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିବା ଥାଇଲାଣ୍ଡ ବିଶ୍ୱକପ୍‌ ଯୋଗ୍ୟତା ହାସଲ କରି ଇତିହାସ ସୃଷ୍ଟି କରିଛି। ଏହି ଦଳ ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ ଓ ପାକିସ୍ତାନ ଭଳି ଦଳ ସହ ଗ୍ରୁପ୍‌ ବି’ରେ ରହିଛି। ଇଭେଣ୍ଟର ଉଦ୍‌ଘାଟନୀ ମ୍ୟାଚ୍‌ ଫେବୃୟାରୀ ୨୧ ତାରିଖରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଖେଳାଯିବ। ଫାଇନାଲ ମ୍ୟାଚ୍‌ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ, ଏହି ଦିନକୁ ବିଶ୍ୱରେ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ୨୦୨୦ ବର୍ଷର ପରବର୍ତ୍ତୀ ଭାଗରେ ୧୬ ଦଳକୁ ନେଇ ପୁରୁଷ ଟି୨୦ ବିଶ୍ୱକପ୍‌ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?