କରିନାଙ୍କୁ ପସନ୍ଦ ନ ଥିଲେ ବିବାହିତ ପୁରୁଷ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁ ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୦ ସେପ୍ଟେମ୍ବର ୨୧ରେ ମାୟାନଗରୀରେ ଜନ୍ମନେଇଥିବା ଏହି ନାୟିକା ବେବୋ ନାଁରେ ବେଶ୍‌ ପରିଚିତ। କଳାକାର ପରିବାରରେ ଜନ୍ମ ହୋଇଥିବାରୁ ଏହି ନାୟିକାଙ୍କର ବଡ ପରଦାରେ ରହିଛି ଏକ ସ୍ବତନ୍ତ୍ର ପରିଚୟ। କରିନା କଭି ଖୁସି କଭି ଗମ୍‌, ଅଶୋକା, ଚମେଲି, ୩ ଇଡିଅଟ୍ସ, ବଡିଗାର୍ଡ, ତଲାସ, ବଜରଙ୍ଗି ଭାଇଜାନ, ଉଡତା ପଞ୍ଜାବ ଭଳି ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି ଦର୍ଶକଙ୍କୁ। ତେବେ ସମୟକ୍ରମେ ଏହି ନାୟିକା ପ୍ରେମରେ ପଡିବା ଓ ଡେଟିଂ କରିବାକୁ ନେଇ ରହିଥିଲେ ଚର୍ଚ୍ଚାରେ। ନାୟକ ସାହିଦ୍‌ କପୁରଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଖୁବ୍‌ ଚର୍ଚ୍ଚାରେ ଥିବା ବେଳେ ହଠାତ୍‌ ହୋଇଥିଲା ବ୍ରେକ୍‌ ଅପ୍‌। ଏମିତିକି କରିନା କହୁଥିଲେ ସେ ବିବାହିତ ପୁରୁଷଙ୍କୁ ଆଦୌ ପସନ୍ଦ କରନ୍ତି ନାହିଁ। କାରଣ ଏମାନେ ତାଙ୍କ କ୍ୟାରିୟର ପାଇଁ ଆଦୌ ଭଲ ନୁହେଁ। ଅବଶ୍ୟ ସାହିଦ୍‌ ବିବାହିତ ନ ଥିଲେ କିନ୍ତୁ କ’ଣ ପାଇଁ କେଜାଣି କରିନା ଦୂରେଇ ଯାଇଥିଲେ ସାହିଦଙ୍କ ପାଖରୁ। ଶେଷରେ କିନ୍ତୁ ସେ ବିବାହିତ ପୁରୁଷଙ୍କୁ ହିଁ ଜୀବନସାଥି ଭାବେ ବାଛି ନେଇଥିଲେ। ଏକ ସାକ୍ଷାତ୍‌କାରରେ କରିନା କହିଥିଲେ ସେ ଶୈଫ ଅଲି ଖାଁଙ୍କୁ ପ୍ରେମ କରନ୍ତି ତେଣୁ ସେ ତାଙ୍କୁ ବିବାହ କରିଛନ୍ତି। ଶୈଫ ପୂର୍ବରୁ ବିବାହିତ ହୋଇଥିବା ବେଳେ ତାଙ୍କର ୨ଟି ସନ୍ତାନ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri