କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନ ଜେଇ, ସରକାର ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ବିଭାଗର ଜେଇ, ସହକାରୀ ଯନ୍ତ୍ରୀ ଏଥିରେ ସାମିଲ ଅଛନ୍ତି। ଏହାସହ ବିପଦସଙ୍କୁଳ ଅବସ୍ଥାରେ ଥିବା ୧୧ କେଭି ବିଦ୍ୟୁତ ତାରଗୁଡିକୁ ରାସ୍ତାଠାରୁ ୨୦ ଫୁଟ ଉଚ୍ଚରେ ଟଣାଯିବ ବୋଲି ବିଦ୍ୟୁତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଶକ୍ତି, ଗ୍ରାମ୍ୟ ଉନ୍ନୟନ ଓ ପରିବହନ ବିଭାଗ ସଚିବ ଏଥିରେ ସାମିଲ ହୋଇଥିଲେ। କେଉଁ ପରିସ୍ଥିତିରେ ଏବଂ କାହିଁକି ଦୁର୍ଘଟଣା ଘଟିଲା ସେନେଇ ବୈଠକରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri