କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ

କୋଡ଼ିଙ୍ଗା/ନବରଙ୍ଗପୁର,୩୦ା୪(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ ଏକୋରୀ ପଞ୍ଚାୟତ ଅଧୀନ ନୂନପାଣି ଗ୍ରାମରେ କରୋନା ସନ୍ଦିଗ୍ଧମାନଙ୍କ ପାଇଁ ନିର୍ମାଣ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ବଖରାରେ ଥିବା ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଛି। ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ସରପଞ୍ଚ ଓ ଗ୍ରାମବାସୀଙ୍କଠାରୁ ଖବର ପାଇ ଅଗ୍ନିଶମ ବିଭାଗ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ୮ ବଖରା ବିଶିଷ୍ଟ ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ୫୦ ବେଡ୍‌ର ବ୍ୟବସ୍ଥା ହୋଇଥିବାବେଳେ ଗୋଟିଏ ବଖରାରେ ନିଆଁ ଲାଗି ୭ ବେଡ୍‌, ୪ ପଙ୍ଖା, ଇନ୍‌ଭର୍ଟର ଓ ଅନ୍ୟ ଜିନିଷପତ୍ର ଜଳିଯାଇଥିବା ଜଣାପଡ଼ିଛି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?