କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳରେ ପହଞ୍ଚିଲେ ଉପଜିଲାପାଳ

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଶିଶୁକନ୍ୟା ଏବଂ ଜଣେ ଯୁବକ ଥିବା ଜିଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ରିଗିଡ଼ି ଗ୍ରାମର ଏହି ଅଢ଼େଇ ବର୍ଷର ଶିଶୁକନ୍ୟା କରୋନା ଭୂତାଣୁ ଚିହ୍ନଟ ହେବା ପରେ ସ୍ଥାନୀୟ ଉପଜିଲାପାଳ ଏବଂ ବିଡିଓ ପୋଲିସ ସମେତ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶରେ ଗ୍ରାମର ୧ କିଲୋମିଟର ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏତଦ୍‌ବ୍ୟତୀତ ଏକ ଡାକ୍ତରୀ ଟିମ୍‌ ପହଞ୍ଚି ସିଡିଏମ୍‌ଓଙ୍କ ଉପସ୍ଥିତିରେ ଉକ୍ତ ପରିବାର ତଥା କଣ୍ଟାକ୍ଟରେ ଆସିଥିବା ଲୋକମାନଙ୍କୁ ଚିହ୍ନଟ କରିବା ସହ ପରିବାର ଲୋକଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଛି। ସେହିପରି ବାଲେଶ୍ୱର ରେଲ୍‌ଓ୍ବେ କଲୋନୀର ୩୦ ବର୍ଷୀୟ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀମାନେ ପହଞ୍ଚି ତାଙ୍କର ଟ୍ରାଭେଲ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ସଂଗ୍ରହ କରୁଛନ୍ତି।
ସୂଚନାଯୋଗ୍ୟ, ଶନିବାର ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସୋମବାର ଆଉ ୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri