କରୋନା ଆତଙ୍କ ଅତିରଞ୍ଜିତ

ନୂଆଦିଲ୍ଲୀ,୨୬ା୩(ଆଇଏଏନ୍‌ଏସ୍‌) : କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ମଧ୍ୟ ଏହାର ପ୍ରଭାବ ଅନୁଭୂତ ହୋଇଛି। କିନ୍ତୁ ଭାରତରେ ଏହାର ପ୍ରାଦୁର୍ଭାବ ଯେତିକି ନାହିଁ, ତା’ଠୁ ବଳି ଏହାକୁ ନେଇ ଲୋକଙ୍କୁ ଭୟଭୀତ କରାଯାଉଛି। କରୋନା ଭାଇରସ୍‌କୁ ନେଇ କରାଯାଇଥିବା ଏକ ସଦ୍ୟ ସର୍ବେକ୍ଷଣରେ ୬୦% ଭାରତୀୟ ଏଭଳି ମତବ୍ୟକ୍ତ କରିଛନ୍ତି।
ଆଇଏନ୍‌ଏସ୍‌ ସିଭୋଟର-ଗଲୁପ୍‌ ଇଣ୍ଟରନ୍ୟାଶନାଲ ଆସୋସିଏଶନ୍‌ କରୋନା ଟ୍ରାକର ୧ ପକ୍ଷରୁ କରାଯାଇଥିବା ସର୍ଭେରେ ବିଶ୍ୱର ୨୨ ରାଷ୍ଟ୍ରର ୨୦,୦୦୦ ଲୋକଙ୍କ ସାକ୍ଷାତ୍‌କାର ନିଆଯାଇଥିଲା। ‘କରୋନା ଭାଇରସ୍‌ର ଆତଙ୍କ ଏକ ଅତିରଞ୍ଜିତ ବିଷୟ ବୋଲି ମୁଁ ବିଶ୍ୱାସ କରେ’। ଏହି ବିଷୟବସ୍ତୁକୁ ନେଇ ସେମାନଙ୍କ ମତାମତ ପଚରାଯାଇଥିଲା। ଏହି ପ୍ରଶ୍ନର ଉତ୍ତରରେ ୪୨% ଭାରତୀୟ ଦୃଢ଼ ଭାବେ ସହମତ ଥିବା କହିଥିବାବେଳେ ୧୨% ଏଥିରେ ଏକମତ ବୋଲି ରାଜି ହୋଇଥିଲେ। ସେହିପରି ୩୫% ଭାରତୀୟ କରୋନା ଭାଇରସ୍‌ ଆତଙ୍କକୁ ଅତିରଞ୍ଜିତ ନୁହେଁ ବୋଲି କହିଥିଲେ।
ଅନ୍ୟପକ୍ଷରେ ଇଟାଲୀରେ ୨୯%, ପାକିସ୍ତାନରେ ୬୨%, ଫ୍ରାନ୍ସରେ ୧୭%, ବ୍ରିଟେନରେ ୨୬% ଓ ଆମେରିକାରେ ୫୫% ଲୋକ କରୋନା ଭୂତାଣୁ ସଂକ୍ରମଣର ଭୟାବହତାକୁ ଅତିରଞ୍ଜିତ ନୁହେଁ ବୋଲି ମତ ଦେଇଥିଲେ। ୬୭% ଇଟାଲୀୟ ଓ ୭୯% ଫ୍ରେଞ୍ଚ୍‌ ଉପରୋକ୍ତ ବିଷୟବସ୍ତୁ ସହ ରାଜି ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri