କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ତେବେ ସଂକ୍ରମଣ କ୍ଷେତ୍ରରେ ଲକ୍ଷଣ ପ୍ରକାଶ ପାଉ ନ ଥିବା ବ୍ୟକ୍ତି ଅର୍ଥାତ୍‌ ଫଲ୍ସ୍‌ ନେଗେଟିଭ୍‌ ଆତଙ୍କ ସୃଷ୍ଟି କରିଛନ୍ତି। ସାରା ପୃଥିବୀରେ ଏଭଳି ଲୋକଙ୍କ ସଂଖ୍ୟା ୩୦ ପ୍ରତିଶତ ରହିଛି। ଏହାର ନିରାକରଣ ପାଇଁ ଘରଘର ବୁଲି ନମୁନା ସଂଗ୍ରହ ଏକମାତ୍ର ବିକଳ୍ପ ବୋଲି କୁହାଯାଉଛି। ଭାରତର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ ଏଭଳି ବ୍ୟକ୍ତିଙ୍କ ଚିହ୍ନଟ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ସହିତ ସେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ସଂକ୍ରମଣ ଆଶଙ୍କା ନେଇ ଚିନ୍ତା ପ୍ରକଟ କରିଛନ୍ତି। ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କୁ ରାଜସ୍ଥାନର ଭୀଲଓ୍ବାଡ଼ା ମଡେଲରେ ଅନୁସାରେ ଚିହ୍ନଟ କରିବା ସମ୍ଭବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?