Posted inଜାତୀୟ

କରୋନା ଆତଙ୍କ : ୧୧ ହାଇ ରିସ୍କ୍‌ ଦେଶ ସହିତ ଯାତ୍ରା କଟକଣା କରିପାରେ ଭାରତ !

ନୂଆଦିଲ୍ଲୀ,୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୬୭ ଦେଶରେ ଆତଙ୍କ ସୃଷ୍ଟି କରିଛି। ସେଥିମଧ୍ୟରୁ ୧୧ଟି ଦେଶରେ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଏପରିସ୍ଥଳେ ସରକାର ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଯଦି ସତର୍କତା ଅବଲମ୍ବନ ନ କରାଯାଏ ତେବେ ଭାରତରେ ବି କରୋନା ଆତଙ୍କ ଦେଖାଯିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି କୁହାଯାଉଛି। ଇତିମଧ୍ୟରେ ବେସାମରିକ ବିମାନ ଚଳାଚଳ ଉପ ନିର୍ଦ୍ଦେଶକ ସୁନୀଲ କୁମାର ଦେଶର ସମସ୍ତ ବିମାନ ବନ୍ଦରରେ ବିଦେଶୀ ଯାତ୍ରୀଙ୍କ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଚାଇନାର ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌ କରାଯିବ୍କୁ ନିର୍ଦ୍ଦେଶ ଜାରି ହୋଇଛି। ଦେଶର ୨୧ଟି ବିମାନ ବନ୍ଦର ଏବଂ ୧୨ଟି ବନ୍ଦରରେ ଯାତ୍ରୀଙ୍କ ସ୍ର୍କିନିଂ କରାଯାଉଛି। ବର୍ତ୍ତମାନ ସୁଦ୍ଧା ବିମାନ ବନ୍ଦରରେ ୫ ଲକ୍ଷ ୫୭ ହଜାର ଯାତ୍ରୀଙ୍କ ଯାଞ୍ଚ୍‌ ହୋଇଛି। ସେହିପରି ବନ୍ଦରରେ ୧୨,୪୩୧ ଯାତ୍ରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌ କରାଯାଇଛି। ଏହା ସହିତ ଇଟାଲୀ, ଇରାନ୍‌, ଦକ୍ଷିଣ କୋରିଆ, ଜାପାନ, ଭିଏତନାମ୍‌, ହଂକଂ, ନେପାଳ, ମାଲେସିଆ, ସିଙ୍ଗାପୁର, ଇଣ୍ଡୋନେସିଆ, ଥାଇଲାଣ୍ଡ୍‌ ଆଦି ୧୧ଟି ଦେଶର ଯାତ୍ରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌କୁ କଡ଼ାକଡ଼ି କରାଯାଇଛି। ଏସବୁ ଦେଶ ସହିତ ଯାତ୍ରା ଉପରେ କଟକଣା ଜାରି ନ କରାଗଲେ ଆଗାମୀ ଦିନରେ ଭାରତରେ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ଥିବା କୁହାଯାଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାର ଚାଇନା, ଦକ୍ଷିଣକୋରିଆ, ଇଟାଲୀ, ଇରାନ୍‌ ଏବଂ ସିଙ୍ଗାପୁର ଆଦି ଦେଶକୁ ଯାତ୍ରା ନ କରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?