କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ

ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର କିଛି ଅତ୍ୟାବଶ୍ୟକ କାର୍ଯ୍ୟକୁ ଦେଖି କଟକଣା ନିୟମରେ କୋହଳ କରାଯାଇଛି। ଇତିମଧ୍ୟରେ ଚାଷକାର୍ଯ୍ୟକୁ ମଧ୍ୟ ସରକାର ଅନୁମତି ପ୍ରଦାନ କରିଥିବାରୁ ଚାଷୀମାନେ ଖୁସି ବ୍ୟକ୍ତ କରିଛନ୍ତି। ପୁରୁଷୋତ୍ତମପୁର ଅଞ୍ଚଳରେ ଚାଷୀମାନେ ଖୁସି ମନରେ କ୍ଷେତରେ ଚାଷ କାର୍ଯ୍ୟ ଆରମ୍ଭ କରିଥିବା ଦେଖିବାକୁ ମିଳିଛି। ଲକ୍‌ଡାଉନ୍‌ ଯୋଗୁ ଚାଷୀଙ୍କ ବହୁ ଫସଲ କ୍ଷତିଗ୍ରସ୍ତ ହୋଇଛି। ସେମାନେ ଧାର କରଜ କରି ବ୍ୟବସାୟ ଆଶାରେ କ୍ଷେତରେ ବହୁ ପନିପରିବା ଅମଳ କରିଥିଲେ। ହେଲେ ଏହା ବିକ୍ରି ହୋଇ ନ ପାରି କ୍ଷେତରେ ପଡ଼ି ନଷ୍ଟ ହୋଇଛି। ଅପରପକ୍ଷେ ବର୍ତ୍ତମାନ ଧାନ ଚାଷ କାର୍ଯ୍ୟ ଆରମ୍ଭ ଲାଗି ଜମିର ପାଗ ଅନୁକୁଳ ଥିବାରୁ ଚାଷୀମାନେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ମାରାତ୍ମକ ରୋଗ ଦାଉରୁ ରକ୍ଷା ପାଇବା ଲାଗି ଜିଲାପାଳ ନେଇଥିବା ପଦକ୍ଷେପଗୁଡ଼ିକ ପାଇଁ ଚାଷୀମାନେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri