କରୋନା କଟକଣା: ନୀରବି ଯାଇଛି ଆରଡ଼ି ପୀଠ, ୩୫୦ ବର୍ଷ ମଧ୍ୟରେ ନ ଥିଲା ଏପରି ପ୍ରତିବନ୍ଧକ

ଆରଡ଼ି,୨୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ଗହଳି ଲାଗିଥାଏ। ହେଲେ କରୋନା ଭାଇରସ୍‌ ପାଇଁ ଶୁକ୍ରବାରଠାରୁ କଟକଣା ଜାରି କରାଯାଇଛି। ଫଳରେ ୬ ଦିନ ହେଲାଣି ଆଉ ଶୁଭୁନି ହରିବୋଲ, ହୁଳହୁଳି ଏବଂ ଓମ୍‌ ନମୋଃ ଶିବାୟ ଧ୍ୱନି। ପୀଠରେ ହେଉନି ରୁଦ୍ରାଭିଷେକ କି ମୁଣ୍ଡନ କାର୍ଯ୍ୟ। କେବଳ ସେବାୟତମାନେ ବାବାଙ୍କୁ ପୂଜାର୍ଚ୍ଚନା କରୁଛନ୍ତି। ବାବାଙ୍କ ଆବିର୍ଭାବ ୩୫୦ ବର୍ଷରୁ ଅଧିକ ହୋଇଥିଲେ ବି ଏଭଳି ପ୍ରତିବନ୍ଧକ କେବେ ହୋଇ ନ ଥିଲା ବୋଲି କୁହାଯାଏ। ବାବାଙ୍କ ବଡ଼ ସିଂହାର ବେଶରେ ଆଉ ସେତେ ପରିମାଣର ଫୁଲ ଓ ବେଲପତ୍ର ଲାଗୁ ନ ଥିବା କୁହାଯାଉଛି।ବାରପଡ଼ା ଅଧିବାସୀ ମଧ୍ୟ ବାବାଙ୍କ କୁଣ୍ଡ ଚନ୍ଦୁକ ପାଇବାରୁ ବଞ୍ଚିତ ହୋଇଛନ୍ତି। ଯାହା ପୀଠର ସର୍ବଷୌଧି କହିଲେ ଚଳେ। ବିଷଧର ସର୍ପର ବିଷ ମଧ୍ୟ କୁଣ୍ଡଜଳ ସେବନରେ ପାଣି ହୋଇଯାଏ ବୋଲି ବାରପଡ଼ାବାସୀଙ୍କ ବିଶ୍ୱାସ ରହିଛି। ଲୀଳାମୟ କେବେ ଭକ୍ତଙ୍କୁ ଦର୍ଶନ ଦେବେ ତାହା ସେହି ବିଶ୍ୱ ନିୟନ୍ତା ବାବା ଆଖଣ୍ଡଳମଣିଙ୍କୁ ଜଣା ବୋଲି ବହୁ ଭକ୍ତ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri